Posted inଜାତୀୟ

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା: ଘର ଭାଙ୍ଗିଲ, କ୍ଷତିପୂରଣ ଦିଅ

ନୂଆଦିଲ୍ଲୀ,୨ା୪ (ପି.ଟି.):ଆଇନଗତ ପ୍ରକ୍ରିୟାର ଅନୁପାଳନ ନ କରି ବେଆଇନ ଭାବେ ଘର ଭଙ୍ଗାଯିବା ଘଟଣାରେ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରପ୍ରଦେଶ ସରକାର ଏବଂ ପ୍ରୟାଗରାଜ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ଭର୍ତ୍ସନା କରିଛନ୍ତି। ଏଭଳି କାର୍ଯ୍ୟ ଅମାନବୀୟ ଏବଂ ବେଆଇନ। ଏହା ଆମ ଅନ୍ତରାତ୍ମାକୁ ଦୋହଲାଇ ଦେଇଛି ବୋଲି ଜଷ୍ଟିସ୍‌ ଅଭୟ ଏସ୍‌. ଓକା ଏବଂ ଉଜ୍ଜ୍ୱଳ ଭୂୟଁାଙ୍କ ଖଣ୍ଡପୀଠ କହିଛନ୍ତି। ୬ ସପ୍ତାହ ମଧ୍ୟରେ କ୍ଷତିଗ୍ରସ୍ତ ୬ ଜଣ ଘର ମାଲିକଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ୬୦ ଲକ୍ଷ ଟଙ୍କା କ୍ଷତିପୂରଣ ପୈଠ କରିବା ପାଇଁ ସର୍ବୋଚ୍ଚ ଅଦାଲତ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଇନର ଉପଯୁକ୍ତ ପ୍ରକ୍ରିୟା ଅନୁପାଳନ ନ କରି ଉଦାସୀନ ମନୋଭାବ ପ୍ରଦର୍ଶନ କରୁଥିବା ଉତ୍ତରପ୍ରଦେଶ ସରକାରଙ୍କୁ ଖଣ୍ଡପୀଠ ଚେତାବନୀ ଦେଇ କହିଛନ୍ତି, ସରକାର ଏବଂ ବିଶେଷ କରି ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ଏହା ନିଶ୍ଚିତ ମନେରଖିବାକୁ ହେବ ଯେ ଆଶ୍ରୟ ଅଧିକାର ସମ୍ବିଧାନର ଅନୁଚ୍ଛେଦ ୨୧ର ଅବିଚ୍ଛେଦ୍ୟ ଅଙ୍ଗ।
ପ୍ରୟାଗରାଜ ଉନ୍ନୟନ କର୍ତ୍ତୃପକ୍ଷ ବେଆଇନ ଭାବେ ଗୃହ ଉଚ୍ଛେଦ କରିବା ପରେ ଆଇନଜୀବୀ ଜୁଲଫିକର ହାଇଦର, ପ୍ରଫେସର ଅଲି ଅହମଦ ଓ ଅନ୍ୟମାନେ ଏହାକୁ ଆଲ୍ଲାହାବାଦ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ହାଇକୋର୍ଟ ସେମାନଙ୍କ ଆବେଦନକୁ ଖାରଜ କରିଦେବାରୁ ସେମାନେ ମିଳିତ ଭାବେ ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇଥିଲେ।
ବେଆଇନ ଭାବେ ଘରୋଇ ବ୍ୟକ୍ତିବିଶେଷଙ୍କ ଘର ନ ଭାଙ୍ଗିବା ପାଇଁ ସୁପ୍ରିମକୋର୍ଟ ପୂର୍ବରୁ ରାୟ ଦେଇଥିବା ସତ୍ତ୍ୱେ ଏହାକୁ ଅନୁପାଳନ ନ କରି ଉତ୍ତରପ୍ରଦେଶ, ଗୁଜରାଟ ଓ ଅନ୍ୟାନ୍ୟ ରାଜ୍ୟରେ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବାରୁ ସର୍ବୋଚ୍ଚ ଅଦାଲତ ଏଥିରେ କ୍ଷୁବ୍ଧ ହୋଇଛନ୍ତି। ଏଭଳି ଢଙ୍ଗରେ ଗୃହ ଉଚ୍ଛେଦ କରାଯିବା ବୈଧାନିକ ଉନ୍ନୟନ କର୍ତ୍ତୃପକ୍ଷଙ୍କ କ୍ଷେତ୍ରରେ ସମ୍ବେଦନହୀନତାର ପ୍ରଦର୍ଶନ ବୋଲି ୟୁପି ସରକାରଙ୍କୁ ସୁପ୍ରିମକୋର୍ଟ କଡ଼ା ଭର୍ତ୍ସନା କରିଛନ୍ତି।
ଆବେଦନକାରୀମାନଙ୍କ ପକ୍ଷର ଓକିଲ କହିଥିଲେ, ୨୦୨୩ରେ ପୋଲିସ ଗୁଳିରେ ନିହତ ହୋଇଥିବା ଗ୍ୟାଙ୍ଗ୍‌ଷ୍ଟରରୁ ରାଜନେତା ଆତିକ୍‌ ଅହମଦଙ୍କ ଜାଗା ଭାବି ରାଜ୍ୟ ସରକାର ଭୁଲ୍‌ବଶତଃ ଅନ୍ୟମାନଙ୍କ ଘରକୁ ଭାଙ୍ଗିଛନ୍ତି। ନୋଟିସ୍‌ ପଠାଯିବାର ୨୪ ଘଣ୍ଟା ମଧ୍ୟରେ ବେଆଇନ ଭାବେ ସରକାର ସେମାନଙ୍କ ଘର ଭାଙ୍ଗିଥିଲେ। ଏହା ସମ୍ପୂର୍ଣ୍ଣ ବେଆଇନ କାର୍ଯ୍ୟ। ଏବେ ଘର ନିର୍ମାଣ କରିବାକୁ ସେମାନଙ୍କ ପାଖରେ ଟଙ୍କା ନାହିଁ ବୋଲି ଆବେଦନକାରୀଙ୍କ ଓକିଲ କହିବା ପରେ ଖଣ୍ଡପୀଠ ଦୁଃଖ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri