Posted inଜାତୀୟ

ଅଭିଷେକ ବାନାର୍ଜୀଙ୍କୁ ଇଡ଼ି-ସିବିଆଇ ପଚରାଉଚରା ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୭।୪ : ଟିଏମସି ମହାସଚିବ ଅଭିଷେକ ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ କୋଲକାତା ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଛନ୍ତି। ଯେଉଁଥିରେ ଅନୁସନ୍ଧାନକାରୀ ସଂସ୍ଥା ଇଡ଼ି-ସିବିଆଇ ଦ୍ୱାରା ଅଭିଷେକ ବାନାର୍ଜୀଙ୍କୁ ପଚରାଉଚରା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଏହି ନିଷେଧାଦେଶ ଲାଗୁ କରାଯାଇଛି ଏବଂ ସୁପ୍ରିମକୋର୍ଟ ୨୪ ଏପ୍ରିଲରେ ଏହାର ଶୁଣାଣି କରିବେ।

କୋଲକାତା ହାଇକୋର୍ଟର ଏକକ ଜଜ ବେଞ୍ଚ ଅଭିଷେକ ବାନାର୍ଜୀ ଏବଂ କୁନ୍ତଲ ଘୋଷଙ୍କୁ ଶିକ୍ଷକ ନିଯୁକ୍ତି ସ୍କାମରେ ପଚରାଉଚରା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଥିଲା। ଯେଉଁଥିରେ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଏହି ମାମଲାରେ ଅନୁସନ୍ଧାନକାରୀ ସଂସ୍ଥା କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ରାଜ୍ୟ ସ୍ତରୀୟ ଚୟନ ପରୀକ୍ଷା-୨୦୧୬ର ନିଯୁକ୍ତି ପ୍ରକ୍ରିୟା ଅଧୀନରେ ଶିକ୍ଷା ବିଭାଗରେ ଶିକ୍ଷକ ନିଯୁକ୍ତି ପାଇଥିଲେ। ଅଭିଯୋଗ ହୋଇଛି ଟଙ୍କା ନେଇ ପ୍ରାର୍ଥୀ ଚୟନ କରାଯାଇଥିଲା। ଏହି ମାମଲାରେ ସିବିଆଇ ଟିଏମସି ବିଧାୟକ ଜୀବନ କୃଷ୍ଣ ଶାହାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri