Posted inଜାତୀୟ

ଜ୍ଞାନବାପି ମାମଲାରେ କେନ୍ଦ୍ରର ଜବାବ ଲୋଡିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୧ : ଜ୍ଞାନବାପି ସହ ଜଡିତ ପୂଜାପାଠ ସ୍ଥଳ ଆଇନ ମାମଲାର ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ଏହି ମାମଲାରେ ସୁପ୍ରିମ୍‌କୋର୍ଟ କେନ୍ଦ୍ରର ଜବାବ ଲୋଡିଛନ୍ତି। ଡିସେମ୍ବର ୧୨ ସୁଦ୍ଧା ଏହାର ଉତ୍ତର ଦାଖଲ କରିବାକୁ ସୁପ୍ରିମକୋର୍ଟ କହିଛନ୍ତି। ଜାନୁଆରୀ ପ୍ରଥମ ସପ୍ତାହରେ ଏହି ମାମଲାର ଶୁଣାଣି ହେବ। ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି ଯେ ସରକାର ଏହି ପ୍ରସଙ୍ଗରେ ଆଲୋଚନା କରୁଛନ୍ତି। ସେପ୍ଟେମ୍ବର ୯ ରେ, ଉପାସନା ସ୍ଥାନର ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ତିନିଜଣିଆ ଖଣ୍ଡପୀଠକୁ ପଠାଯାଇଥିଲା। ସମସ୍ତ ଆବେଦନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ରକୁ ନୋଟିସ ଜାରି କରିଥିଲେ।

ଏହା ପରେ ସୁପ୍ରିମକୋର୍ଟ ଅକ୍ଟୋବର ୩୧ ସୁଦ୍ଧା ଏହାର ଉତ୍ତର ଦାଖଲ କରିବାକୁ କେନ୍ଦ୍ରକୁ କହିଥିଲେ। ଏହି ଆଇନ ସମ୍ବିଧାନ ଦ୍ୱାରା ଦିଆଯାଇଥିବା ନ୍ୟାୟିକ ସମୀକ୍ଷା ଅଧିକାରକୁ ବାରଣ କରିଛି ବୋଲି ଆବେଦନପତ୍ରରେ କୁହାଯାଇଥିଲା। ସମ୍ବିଧାନର ଧାରା ୧୩ ଅନୁଯାୟୀ ଦିଆଯାଇଥିବା ମୌଳିକ ଅଧିକାର ଯୋଗୁ ଆଇନର ବ୍ୟବସ୍ଥା ନିଷ୍ପ୍ରଭାବ ହୋଇଯାଉଥିବା କୁହାଯାଇଥିଲା।

ଏହି କାର୍ଯ୍ୟ ସମାନତା, ଜୀବନ ଅଧିକାର ଏବଂ ଉପାସନା ଅଧିକାରକୁ ଉଲ୍ଲଂଘନ କରୁଥିବା ଦର୍ଶାଯାଇଥିଲା। ମାର୍ଚ୍ଚ ୨୦୨୧ ରେ, ସୁପ୍ରିମକୋର୍ଟ ୧୯୯୧ପୂଜା ତଥା ଉପାସନା ସ୍ଥାନର ବୈଧତା ଯାଞ୍ଚ କରିବାକୁ ରାଜି ହୋଇଥିଲେ। ଏହି ପ୍ରସଙ୍ଗରେ କୋର୍ଟ ଭାରତ ସରକାରଙ୍କୁ ନୋଟିସ ଜାରି କରି ଏହାର ଉତ୍ତର ମାଗିଥିଲେ। ଭାଜପା ନେତା ତଥା ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟ ତାଙ୍କ ଜନସ୍ବାର୍ଥ ମାମଲାରେ ପୂଜାପାଠ ଅଧିନିୟମ ରଦ୍ଦ କରିବାକୁ ଦାବି କରିଥିଲେ ଯାହା ଦ୍ୱାରା ଇତିହାସର ଭୁଲଗୁଡିକ ସଂଶୋଧିତ ହେବ।

ଅଶ୍ୱିନୀ ଉପାଧ୍ୟାୟ ତାଙ୍କ ଆବେଦନରେ କହିଛନ୍ତି ଯେ ସ୍ଥାନ ପୂଜା ଅଧିନିୟମ ୧୯୯୧ ର ନିୟମାବଳୀ ଅଣସାମ୍ବିଧାନିକ । ଏହା ା ସମ୍ବିଧାନର ଧାରା ୧୪,୧୫,୨୧,୨୫,୨୬ ଏବଂ ୨୯ କୁ ଉଲ୍ଲଂଘନ କରୁଛି। ଜୀବନ ଅଧିକାର ଏବଂ ସମ୍ବିଧାନର ଧାର୍ମିକ ସ୍ବାଧୀନତା ଉପରେ ହସ୍ତକ୍ଷେପ କରୁଛି। କେନ୍ଦ୍ର ସରକାର ଏହାର ଅଧିକାରରୁ ବାହାରକୁ ଯାଇ ଏହି ନିୟମ କରିଛନ୍ତି। ଉପାସନା ଏବଂ ଧାର୍ମିକ ବିଷୟଗୁଡିକ ରାଜ୍ୟ ବିଷୟ ଏବଂ କେନ୍ଦ୍ର ସରକାର ଏହି ପ୍ରସଙ୍ଗରେ ମନମୁଖୀ ଆଇନ ପ୍ରଣୟନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri