Posted inଜାତୀୟ

କେନ୍ଦ୍ର, ଇସିଆଇକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫ା୧୧ :ରାଜନୈତିକ ଦଳଗୁଡ଼ିକୁ ମିଳୁଥିବା ବେନାମୀ ଚାନ୍ଦା ବିରୋଧରେ ଦାଏର ପିଟିଶନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର ଏବଂ ଭାରତର ନିର୍ବାଚନ କମିଶନ (ଇସିଆଇ) ଏବଂ ଅନ୍ୟମାନଙ୍କୁ ନୋଟିସ ଜାରି କରି ଜବାବ ମାଗିଛନ୍ତି।

ରାଜନୈତିକ ଦଳଙ୍କୁ ୨,୦୦୦ ଟଙ୍କାରୁ କମ୍‌ ପରିମାଣର ଚାନ୍ଦା ଦେଉଥିବା ବ୍ୟକ୍ତିଙ୍କ ନାମ ଉଲ୍ଲେଖ ରହୁ ନ ଥିବାରୁ ଆୟକର ଆଇନରେ ଥିବା ଏଭଳି ବ୍ୟବସ୍ଥାର ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ସ୍ବଚ୍ଛତା ଅଭାବରୁ ନିର୍ବାଚନୀ ପ୍ରକ୍ରିୟାର ପବିତ୍ରତା ନଷ୍ଟ ହେଉଛି। ରାଜନୈତିକ ଦଳଗୁଡ଼ିକୁ ମିଳୁଥିବା ଚାନ୍ଦାର ଉତ୍ସ ସମ୍ପର୍କରେ ଭୋଟରମାନେ ଜାଣିବାରୁ ବଞ୍ଚତ୍ତ ହେଉଛନ୍ତି। କିଏ କେଉଁ ଉଦ୍ଦେଶ୍ୟରେ ଚାନ୍ଦା ଦେଉଛନ୍ତି ତାହା ଜଣାପଡ଼ୁନାହିଁ। ଫଳରେ ମତଦାନ ବେଳେ ଭୋଟରମାନେ ତର୍କସଙ୍ଗତ, ବୁଦ୍ଧିମାନ ଭାବେ ନିଷ୍ପତ୍ତି ନେଇପାରୁ ନାହାନ୍ତି ବୋଲି ପିଟିଶନ୍‌ରେ ଦର୍ଶାଯାଇଛି।

ରାଜନୈତିକ ଦଳର ପଞ୍ଜୀକରଣ ପାଇଁ ସର୍ତ୍ତାବଳୀ ଉଲ୍ଲେଖ କରିବା ଏବଂ କୌଣସି ଚାନ୍ଦା ଗ୍ରହଣ କରି ନ ଥବା କୌଣସି ଦଳକୁ ରାଜନୈତିକ ଚିହ୍ନ ମଞ୍ଜୁରୀ ପ୍ରଦାନ ଲାଗି ଇସିଆଇଙ୍କୁ ନିର୍ଦ୍ଦେଶ ଦେବାକୁ ପିଟିଶନ୍‌ରେ ନିବେଦନ କରାଯାଇଛି। ଜଷ୍ଟିସ୍‌ ବିକ୍ରମ ନାଥ ଏବଂ ସନ୍ଦୀପ୍‌ ମେହେଟ୍ଟା ଉକ୍ତ ପିଟିଶନ୍‌ର ଶୁଣାଣି ୪ ସପ୍ତାହ ପରେ କରିବାକୁ ଧାର୍ଯ୍ୟ କରିଛନ୍ତି। ତେବେ ଆବେଦନକାରୀ ଖେମସିଂ ଭଟ୍ଟି ଏବଂ ସ୍ନେହା କଲିତା ପ୍ରଥମେ ହାଇକୋର୍ଟ ଗଲେନି କାହିଁକି ବୋଲି ଖଣ୍ଡପୀଠ ସେମାନଙ୍କ ଓକିଲ ବିଜୟ ହଂସାରିଆଙ୍କୁ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri