Posted inଜାତୀୟ

ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩ା୧: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ସେଥିରେ ମନମାନି ଏବଂ ପ୍ରକ୍ରିୟାଗତ ଅନିୟମିତତା ହେଉଥିବା ନେଇ ତୃଣମୂଳ କଂଗ୍ରେସର କେତେଜଣ ଏମ୍‌ପି ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିଲେ। ସର୍ବୋଚ୍ଚ ଅଦାଲ ସୋମବାର ଏହା ଉପରେ ନିର୍ବାଚନ କମିଶନ(ଇସି)ଙ୍କୁ ଜବାବ ମାଗିଛନ୍ତି। ଏମ୍‌ପି ଡେରେକ୍‌ ଓ’ବ୍ରାଏନ୍‌ ଏବଂ ଦୋଳ ସେନ୍‌ ପୂର୍ବରୁ ଏସ୍‌ଆଇଆର୍‌ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ପିଟିଶନ ଦାଖଲ କରିଥିବାବେଳେ ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଜୟମାଲ୍ୟ ବାଗ୍‌ଚୀଙ୍କ ଖଣ୍ଡପୀଠ ସେମାନଙ୍କ ଆବେଦନକୁ ବିଚାରକୁ ନେଇଛନ୍ତି। ବ୍ରାଏନ୍‌ଙ୍କ ତରଫରୁ ବରିଷ୍ଠ ଆଇନଜୀବୀ କପିଲ ସିବଲ ଉପସ୍ଥିତ ରହି କହିଥିଲେ, ଏସ୍‌ଆଇଆର୍‌ ଉପରେ ଇସିଙ୍କୁ ନୀତି ନିର୍ଦ୍ଦେଶ ହ୍ବାଟ୍ସଆପ୍‌ ଭଳି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଜରିଆରେ ଜାରି କରାଯାଉଛି ଏବଂ ବୁଥସ୍ତରୀୟ ଅଧିକାରୀ (ବିଏଲ୍‌ଓ)ମାନଙ୍କୁ ବିମାନ ଆନୁଷ୍ଠାନିକ ନିର୍ଦ୍ଦେଶରେ କାର୍ଯ୍ୟ କରିବାକୁ କୁହାଯାଉଛି। ନିର୍ବାଚନ କମିଶନ ଭୋଟରମାନଙ୍କ ଏକ ଏକ ତାର୍କିକ ବିସଙ୍ଗତି ଆଣିଛନ୍ତି। ଭୋଟର ତଥ୍ୟରେ ଅସଙ୍ଗତି ଓ ତ୍ରୁଟି ଥିବା ଦର୍ଶାଇ ଯୋଗ୍ୟ ଭୋଟରମାନଙ୍କୁ ଶୁଣାଣି ପାଇଁ ହାଜର ହେବାକୁ ନୋଟିସ କରାଯାଉଛି। ୨ ଟିଏମ୍‌ସି ଏମ୍‌ପିଙ୍କ ଆବେଦନ ଉପରେ ସପ୍ତାହେ ମଧ୍ୟରେ ଜବାବ ଦାଖଲ କରିବାକୁ ଖଣ୍ଡପୀଠ ନିର୍ବାଚନ କମିଶନଙ୍କୁ କହିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri