Posted inଜାତୀୟ

ରାଜ୍ୟ ସରକାରଙ୍କ ଅଧିକାର ସୁରକ୍ଷା କରନ୍ତୁ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୪ (ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟ ବିଭିନ୍ନ ରାୟରେ ଭାରତୀୟ ୟୁନିୟନର ବିଶେଷତ୍ୱ ସମ୍ପର୍କରେ ମନ୍ତବ୍ୟ ଦେବା ସହ ସଂଘୀୟ ବ୍ୟବସ୍ଥାର ପ୍ରତିଷ୍ଠା ଓ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଆସିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନେଇ ଭାରତୀୟ ୟୁନିୟନ ଗଠିତ। ତେବେ ସବୁ କ୍ଷେତ୍ରରେ ସେମାନଙ୍କ କ୍ଷମତା ସମାନ ନୁହେଁ। ଏହାକୁ ନେଇ ସଂଘୀୟ ବ୍ୟବସ୍ଥା ଚଳାଇବାରେ ଜଟିଳତା ଦେଖାଦେଇଥାଏ। ତେଣୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କୁ ମିଳିଥିବା ଶାସନ କ୍ଷମତାର ସୂକ୍ଷ୍ମ ସନ୍ତୁଳନକୁ ସୁପ୍ରିମକୋର୍ଟ ସଂରକ୍ଷିତ ରଖିବା ଆବଶ୍ୟକ। ଗୋଟିଏ ସଂସ୍ଥାର କ୍ଷମତା ପରିସର ମଧ୍ୟରେ ଅନ୍ୟ ସଂସ୍ଥା ପ୍ରବେଶକୁ ରୋକିବା ଦିଗରେ ସର୍ବୋଚ୍ଚ ଅଦାଲତ ପଦକ୍ଷେପ ନେବା ଜରୁରୀ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଉଦାହରଣ ସ୍ବରୂପ ଜାତୀୟ ରାଜଧାନୀର ପ୍ରଶାସନିକ ସେବା ନିୟନ୍ତ୍ରଣ କରିବାକୁ ନେଇ ଦିଲ୍ଲୀ ସରକାର ଏବଂ କେନ୍ଦ୍ର ମଧ୍ୟରେ ବିବାଦ ସୁପ୍ରିମକୋର୍ଟଙ୍କ ବିଚାରାଧୀନ ରହିଛି। ବଦଳି ନିଯୁକ୍ତି କ୍ଷମତା ଛଡ଼ାଇ ନେଇ କେନ୍ଦ୍ର ସରକାର ସଂଘୀୟ ବ୍ୟବସ୍ଥାର ବିରୁଦ୍ଧାଚରଣ କରୁଥିବା ଦିଲ୍ଲୀ ସରକାର ଅଭିଯୋଗ କରିଆସୁଛନ୍ତି। ଏଭଳି ବିବାଦରେ କେନ୍ଦ୍ର ଏବଂ ରାଜ୍ୟ ଯେପରି ପରସ୍ପରର କ୍ଷମତା ପରିସରରେ ପ୍ରବେଶ ନ କରିବେ ସେ ଦିଗରେ ସର୍ବୋଚ୍ଚ ଅଦାଲତ ନିଷ୍ପତ୍ତି ନେବା ଉଚିତ ବୋଲି ବରିଷ୍ଠ ଆଇନଜୀବୀ ଦୁଷ୍ୟନ୍ତ ଡାଭେ କହିଛନ୍ତି। ଅତୀତରେ ସୁପ୍ରିମକୋର୍ଟ ସଂଘବାଦ ନୀତିକୁ ସମର୍ଥନ କରିଆସିଛନ୍ତି। ରାଜ୍ୟ ସରକାରଙ୍କ କ୍ଷମତାର ସୁରକ୍ଷା ଜରୁରୀ ବୋଲି ବରିଷ୍ଠ ଆଇନଜୀବୀ ରାକେଶ ଦ୍ୱିବେଦୀ ମତ ଦେଇଛନ୍ତି। କାରଣ କେନ୍ଦ୍ର ସରକାର ଅଧିକ କ୍ଷମତା ଉପଭୋଗ କରୁଥିବାବେଳେ ଅନେକ କ୍ଷେତ୍ରରେ ରାଜ୍ୟ ସରକାରଙ୍କ କ୍ଷମତାରେ ମଧ୍ୟ ହସ୍ତକ୍ଷେପ କରିଥାନ୍ତି। ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ଦ୍ୱାରା ରାଜ୍ୟ ସରକାରଙ୍କ ଟିକସ କ୍ଷମତା ହ୍ରାସ ପାଇଥିବା ସେ କହିଛନ୍ତି। ସିବିଆଇ ଭଳି କେନ୍ଦ୍ରୀୟ ସଂସ୍ଥାକୁ ତଦନ୍ତ ହସ୍ତାନ୍ତର ଦାବି ହେଉଥିବାବେଳେ ଅଦାଲତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ ଉପରେ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri