Posted inଜାତୀୟ

ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣାରେ ମମତା ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ା୯:ପଶ୍ଚିମବଙ୍ଗର ସରକାରୀ ମେଡିକାଲ କଲେଜଗୁଡ଼ିକରେ ସିସିଟିଭି ଲଗାଇବା, ପାଇଖାନା ଓ ଅଲଗା ରେଷ୍ଟିଂ ରୁମ୍‌ ନିର୍ମାଣରେ ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ସୋମବାର ଅସନ୍ତୋଷ ପ୍ରକାଶ କରିଛନ୍ତି। ସର୍ବୋଚ୍ଚ ଅଦାଲତ ଏଥିପାଇଁ ପଶ୍ଚିମବଙ୍ଗ ସରକାରଙ୍କୁ ଭର୍ତ୍ସନା କରିବା ସହ ଅକ୍ଟୋବର ୧୫ ସୁଦ୍ଧା ଏହି ସମସ୍ତ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋଲକାତା ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ସୁପ୍ରିମକୋର୍ଟ ନିଜଆଡ଼ୁ ଶୁଣାଣି ପାଇଁ ଗ୍ରହଣ କରିଥିଲେ। କୌଣସି ସ୍ଥାନରେ କାର୍ଯ୍ୟ ଅଧାରୁ ଅଧିକ ଶେଷ ହୋଇ ନ ଥିବା ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଜେ.ବି. ପର୍‌ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। କାର୍ଯ୍ୟରେ ମନ୍ଥରତା ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି କି ବୋଲି ଖଣ୍ଡପୀଠ ପଶ୍ଚିମବଙ୍ଗ ସରକାରଙ୍କ ଓକିଲ ରାକେଶ ଦ୍ୱିବେଦୀଙ୍କୁ ପ୍ରଶ୍ନ କରିଥିଲେ। ୬,୧୭୮ଟି ସିସିଟିଭି କ୍ୟାମେରା ଲାଗିବାକୁ ଥିବାବେଳେ ମାତ୍ର ୨୬ ପ୍ରତିଶତ ସମ୍ପୂର୍ଣ୍ଣ ହୋଇଛି, ଏବଂ ଅକ୍ଟୋବର ୧୦ ସୁଦ୍ଧା ଅବଶିଷ୍ଟ ଲାଗିଯିବ ବୋଲଇ ଦ୍ୱିବେଦୀ କହିଥିଲେ।

ସୋସିଆଲ ମିଡିଆରେ ମୃତା ଡାକ୍ତରଙ୍କ ନାମ ଓ ଫଟୋ ବାରମ୍ବାର ପ୍ରକାଶ ପାଉଥିବାରୁ ତାଙ୍କ ମାତାପିତା ବିବ୍ରତ ଥବା ଆଇନଜୀବୀ ବ୍ରିନ୍ଦା ଗ୍ରୋଭର ଅଦାଲତଙ୍କୁ ଜଣାଇଥିଲେ। ନାମ ଓ ଫଟୋ ହଟାଇବା ପାଇଁ ଅଦାଲତ ପୂର୍ବରୁ ନିର୍ଦ୍ଦେଶ ଦେଇସାରିଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ଦାୟିତ୍ୱ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାର ବୋଲି ଖଣ୍ଡପୀଠ କହିଥିଲେ। ପୀଡ଼ିତାଙ୍କ ନାମ ଓ ଫଟୋ ହଟାଇବା ପାଇଁ ଓ୍ବିକିପିଡିଆକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଏହା ସବୁ ସୋସିଆଲ ମିଡିଆ ପାଇଁ ଉଦ୍ଦିଷ୍ଟ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?