Posted inଜାତୀୟ

ଗୁଜରାଟରେ ୬୮ ବିଚାରପତିଙ୍କ ପଦୋନ୍ନତି ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୫: ଗୁଜରାଟର ନିମ୍ନ ଅଦାଲତର ୬୮ ବିଚାରପତିଙ୍କ ପଦୋନ୍ନତି ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରୋକ ଲଗାଇଛନ୍ତି। ରାହୁଲ ଗାନ୍ଧୀଙ୍କୁ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ କରିଥିବା ଜଜ ହରିଶ ହସମୁଖଭାଇ ବର୍ମା ମଧ୍ୟ ଏହି ବିଚାରପତିମାନଙ୍କ ମଧ୍ୟରେ ଅଛନ୍ତି। ଜଷ୍ଟିସ ଏମଆର ଶାହାଙ୍କ ନେତୃତ୍ୱରେ ସୁପ୍ରିମକୋର୍ଟର ବେଞ୍ଚ ଏହି ନିଷ୍ପତ୍ତି ନେଇଛନ୍ତି।

ସୁପ୍ରିମକୋର୍ଟ କହିଛନ୍ତି, ଯୋଗ୍ୟତା ସହ ବରିଷ୍ଠତା ଏବଂ ଉପଯୁକ୍ତତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ଉଚିତ୍‌। ଏଥିସହ ସୁପ୍ରିମକୋର୍ଟ କହିଛନ୍ତି, ହାଇକୋର୍ଟଙ୍କ ସୁପାରିଶ ଏବଂ ସରକାରଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ବେଆଇନ ଅଟେ।

ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଅପରାଧିକ ମାନହାନି ମକଦ୍ଦମା ଦାୟର କରିଥିବା ନ୍ୟାୟିକ ମାଜିଷ୍ଟ୍ରେଟ ହରିଶ ହସମୁଖଭାଇ ବର୍ମାଙ୍କ ସମେତ ୬୮ ଜଣ ନ୍ୟାୟିକ ଅଧିକାରୀଙ୍କ ପଦୋନ୍ନତି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ବିଚାରପତିମାନଙ୍କୁ ୬୫% କୋଟା ନିୟମ ଆଧାରରେ ପଦୋନ୍ନତି ଦିଆଯାଇଥିଲା, ଯାହାକୁ ବରିଷ୍ଠ ସିବିଲ ଜଜ୍‌ କ୍ୟାଡରର ଦୁଇଜଣ ନ୍ୟାୟିକ ଅଧିକାରୀ ରବିକୁମାର ମେହେଟ୍ଟା ଏବଂ ସଚିନ ପ୍ରତାପରାୟ ମେହେଟ୍ଟା ଚ୍ୟାଲେଞ୍ଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri