Posted inଜାତୀୟ

ଗୁଜରାଟରେ ୬୮ ବିଚାରପତିଙ୍କ ପଦୋନ୍ନତି ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୫: ଗୁଜରାଟର ନିମ୍ନ ଅଦାଲତର ୬୮ ବିଚାରପତିଙ୍କ ପଦୋନ୍ନତି ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରୋକ ଲଗାଇଛନ୍ତି। ରାହୁଲ ଗାନ୍ଧୀଙ୍କୁ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ କରିଥିବା ଜଜ ହରିଶ ହସମୁଖଭାଇ ବର୍ମା ମଧ୍ୟ ଏହି ବିଚାରପତିମାନଙ୍କ ମଧ୍ୟରେ ଅଛନ୍ତି। ଜଷ୍ଟିସ ଏମଆର ଶାହାଙ୍କ ନେତୃତ୍ୱରେ ସୁପ୍ରିମକୋର୍ଟର ବେଞ୍ଚ ଏହି ନିଷ୍ପତ୍ତି ନେଇଛନ୍ତି।

ସୁପ୍ରିମକୋର୍ଟ କହିଛନ୍ତି, ଯୋଗ୍ୟତା ସହ ବରିଷ୍ଠତା ଏବଂ ଉପଯୁକ୍ତତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ଉଚିତ୍‌। ଏଥିସହ ସୁପ୍ରିମକୋର୍ଟ କହିଛନ୍ତି, ହାଇକୋର୍ଟଙ୍କ ସୁପାରିଶ ଏବଂ ସରକାରଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ବେଆଇନ ଅଟେ।

ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଅପରାଧିକ ମାନହାନି ମକଦ୍ଦମା ଦାୟର କରିଥିବା ନ୍ୟାୟିକ ମାଜିଷ୍ଟ୍ରେଟ ହରିଶ ହସମୁଖଭାଇ ବର୍ମାଙ୍କ ସମେତ ୬୮ ଜଣ ନ୍ୟାୟିକ ଅଧିକାରୀଙ୍କ ପଦୋନ୍ନତି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ବିଚାରପତିମାନଙ୍କୁ ୬୫% କୋଟା ନିୟମ ଆଧାରରେ ପଦୋନ୍ନତି ଦିଆଯାଇଥିଲା, ଯାହାକୁ ବରିଷ୍ଠ ସିବିଲ ଜଜ୍‌ କ୍ୟାଡରର ଦୁଇଜଣ ନ୍ୟାୟିକ ଅଧିକାରୀ ରବିକୁମାର ମେହେଟ୍ଟା ଏବଂ ସଚିନ ପ୍ରତାପରାୟ ମେହେଟ୍ଟା ଚ୍ୟାଲେଞ୍ଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri