Posted inଜାତୀୟ

ଲଖିମପୁର ଖେରି ଘଟଣାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ

ନୂଆଦିଲ୍ଲୀ,୬।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସାରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ସମ୍ପୃକ୍ତି ଘଟଣାକୁ ସୁପ୍ରିମକୋର୍ଟ ନିଜ ହାତକୁ ନେଇଛନ୍ତି। ସିଜେଆଇ ଏନ୍‌ ଭି ରମନାଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ ଗୁରୁବାର ଏହି ଘଟଣାର ଶୁଣାଣି କରିବେ।

ଚାଷୀ ଆନ୍ଦୋଳନ ବେଳେ ଘଟିଥିବା ହିଂସା ଘଟଣାରେ ଉତ୍ତରପ୍ରଦେଶ ପୋଲିସର ସନ୍ଦେହଜନକ ତଦନ୍ତ ଓ ବିଭିନ୍ନ ମିଡିଆ ରିପୋର୍ଟକୁ ଦୃଷ୍ଟିରେ ରଖି କୋର୍ଟ ଏହି ମାମଲକୁ ହାତକୁ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ୟୁପିର ୨ ଜଣ ଓକିଲ ସିଜେଆଇଙ୍କୁ ପତ୍ର ଲେଖିଥିଲେ।

ଉଲ୍ଲେଖଯୋଗ୍ୟ, ଲଖିମପୁର ଖେରି ଘଟଣା ବୁଧବାର ଦିନ ତମାମ ଚର୍ଚ୍ଚାରେ ଥିଲା। କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀ ଲକ୍ଷ୍ନୌ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସେଠାରେ ଅଟକ ରଖାଯାଇଥିଲା। ଶେଷରେ ରାହୁଲଙ୍କ ସମେତ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ପଞ୍ଜାବର ଚରନଜିତ ସିଂ ଚାନ୍ନିଙ୍କୁ ଲଖିମପୁର ଖେରି ଅଞ୍ଚଳକୁ ଯିବାକୁ ଅନୁମତି ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri