Posted inଜାତୀୟ

ମଣିପୁର ଡିଜିପିଙ୍କୁ ସୁପ୍ରିମକୋର୍ଟ ସମନ

ନୂଆଦିଲ୍ଲୀ,୨ା୮: ମଣିପୁରରେ ଆଇନ ଶୃଙ୍ଖଳା ଓ ସାମ୍ବିଧାନିକ କଳ ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ିପଡ଼ିଥିବା ଦର୍ଶାଇ ମଙ୍ଗଳବାର ସୁପ୍ରିମକୋର୍ଟ ରାଜ୍ୟ ପୋଲିସକୁ ଜାତିଆଣ ହିଂସାର ତଦନ୍ତରେ ମନ୍ଥରତା ଓ ଶିଥିଳତା ପାଇଁ ଭର୍ତ୍ସନା କରିଛନ୍ତି। ବିଶେଷକରି ମହିଳା ବିରୋଧୀ ହିଂସା ମାମଲାରେ ପୋଲିସର ନିଷ୍କ୍ରିୟତାକୁ କଡ଼ା ନିନ୍ଦା କରି ମଣିପୁର ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ଆସନ୍ତା ୭ରେ ଜବାବ ଦାଖଲ ପାଇଁ ସମନ କରିଛନ୍ତି।
ଜାତିଆଣ ହିଂସା ସମ୍ପର୍କିତ କେତେକ ପିଟିଶନର ଶୁଣାଣି କରି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଖଣ୍ଡପୀଠ ରାଜ୍ୟର ସ୍ଥିତି ଅନୁଧ୍ୟାନ, ଥଇଥାନ ଓ ପୁନର୍ବାସ ସମେତ ତଦନ୍ତ ଯେପରି ଠିକ୍‌ ବାଟରେ ଯିବ ତାହା ସୁନିଶ୍ଚିତ କରିବା ସକାଶେ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିବାକୁ ଯାଉଛନ୍ତି। ଜଷ୍ଟିସ୍‌ ଜେ.ବି. ପର୍‌ଦିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ପୋଲିସ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଶୁଣାଣି ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଖଣ୍ଡପୀଠଙ୍କୁ ଅବଗତ କରାଇଥିଲେ ଯେ, ୬,୫୨୩ ମାମଲା ରୁଜୁ ହୋଇଛି। ସେଥିରୁ ୧୧ଟି ମାମଲା ମହିଳା ଓ ଶିଶୁ ବିରୋଧୀ ଅପରାଧ। ମେ’ ୪ରେ ୨ କୁକି ମହିଳାଙ୍କୁ ଉଲଗ୍ନ ପରେଡ୍‌ କରାଇ ଗଣବଳାତ୍କାର କରିବା ମାମଲାରେ ୭ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ଜଣେ ନାବାଳକ ମଧ୍ୟ ରହିଛନ୍ତି। ଶୀର୍ଷ ଅଦାଲତଙ୍କ ନିକଟରେ ଦାଖଲ କରାଯାଇଥିବା ଷ୍ଟାଟସ୍‌ ରିପୋର୍ଟରେ ଏହି ତଥ୍ୟ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri