Posted inଜାତୀୟ

ଜ୍ଞାନବାପି ଶିବଲିଙ୍ଗର କାର୍ବନ ଡେଟିଂକୁ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୦ା୫: ବାରାଣସୀର ଜ୍ଞାନବାପୀ ମସ୍‌ଜିଦ-କାଶୀ ବିଶ୍ୱନାଥ କରିଡର ମଧ୍ୟରେ ରହିଥିବା ଶିବଲିଙ୍ଗର କାର୍ବନ ଡେଟିଂକୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସ୍ଥଗିତ ରଖିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ନିର୍ଦ୍ଦେଶ ଦେଇଛନ୍ତି। ଗତବର୍ଷ ଭିଡିଓଗ୍ରାଫି ସର୍ଭେ ବେଳେ ଜ୍ଞାନବାପି କମ୍ପ୍ଲେକ୍ସ ପରିସରରୁ ଶିବଲିଙ୍ଗ ଭଳି ଏକ ବିବାଦୀୟ ଢାଞ୍ଚା ମିଳିଥିଲା। ତାହା ଶିବଲିଙ୍ଗ କି ନୁହେଁ ଏବଂ କେବେଠାରୁ ସେଠାରେ ରହିଛି, ତାହା ଜାଣିବା ପାଇଁ କାର୍ବନ ଡେଟିଂ ନିମନ୍ତେ ଆଲ୍ଲାହାବାଦ ହାଇକୋର୍ଟ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ସୁପ୍ରିମକୋର୍ଟ ଖଣ୍ଡପୀଠ କାର୍ବନ ଡେଟିଂ ବର୍ତ୍ତମାନ ପାଇଁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆଲ୍ଲାହାବାଦ ହାଇକୋର୍ଟଙ୍କ ରାୟ ବିରୋଧରେ ମୁସଲମାନ ପକ୍ଷ କରିଥିବା ଆବେଦନ ଉପରେ ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଓ ଉତ୍ତରପ୍ରଦେଶ ସରକାରଙ୍କୁ ଜବାବ ମାଗିଛନ୍ତି। କାର୍ବନ ଡେଟିଂ ବ୍ୟତୀତ ଅନ୍ୟ ବୈଜ୍ଞାନିକ ପଦ୍ଧତିର ଅନୁଧ୍ୟାନ କରାଯିବା ଆବଶ୍ୟକ ବୋଲି ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଅଦାଲତରେ ଯୁକ୍ତି ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri