Posted inଜାତୀୟ

ବିଚାରପତିଙ୍କ ସନ୍ଦେହ ଜନକ ମୃତ୍ୟୁ: ରାଜ୍ୟ ସରକାରଙ୍କଠାରୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ ।୭: ଝାଡ଼ଖଣ୍ଡର ଧନବାଦରେ ଜଣେ ବିଚାରପତିଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ସୁପ୍ରିମକୋର୍ଟ ନିଜ ଆଡୁ ନେଇ ବିଚାର କରିବାକୁ ସ୍ଥିର କରିଛନ୍ତି । ମୁଖ୍ୟ ବିଚାରପତି ଏନ ବି ରମଣ ଓ ଜଷ୍ଟିଶ ସୁର୍ଯ୍ୟକାନ୍ତଙ୍କ ଦ୍ୱାରା ଗଠିତ ଏକ ବେଞ୍ଚ ମୁଖ୍ୟ ସଚିବ ଓ ଡିଜିପିଙ୍କଠାରୁ ଏକ ସପ୍ତାହ ମଧ୍ୟରେ ଏହାର ଜବାବ ମାଗିଛନ୍ତି । ବେଞ୍ଚ କହିଛି ସାରା ଦେଶରେ ନ୍ୟାୟିକ ଅଧିକାରୀଙ୍କ ଉପରେ ବହୁ ଆକ୍ରମଣ ଘଟଣା ଘଟୁଛି । କୋର୍ଟ ସେମାନଙ୍କ ସୁରକ୍ଷା ସହ ଅନ୍ୟ ଦିଗକୁ ନେଇ ଶୁଣାଣି କରିବେ । ସୁପ୍ରିମକୋର୍ଟ ନିଜ ଆଦେଶରେ କହିଛନ୍ତି, ନିକଟରେ ଅଦାଲତ ପରିସରରେ ଓ ବାହାରେ ନ୍ୟାୟିକ ଅଧିକାରୀ ଓ ଓକିଲଙ୍କ ଉପରେ ଆକ୍ରମଣର କିଛି ଘଟଣା ସାମ୍ନାକୁ ଆସିଛି । ତେଣୁ ଏବେ ନ୍ୟାୟିକ ଅଧିକାରୀଙ୍କ ସୁରକ୍ଷାକୁ ନେଇ ବିଚାର କରିବାର ଆବଶ୍ୟକତା ପଡିଲାଣି । ଝାଡଖଣ୍ଡରେ ବିଚାରପତିଙ୍କ ମୃତ୍ୟୁର ସିସିଟିଭି ଫୁଟେଜ ଭାଇରାଲ ହେବା ପରେ ହାଇକୋର୍ଟ ନିଜ ଆଡୁ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି । କୋର୍ଟରେ ଡିଜିପି କହିଛନ୍ତି ଘଟଣାର ଯାଞ୍ଚ ପାଇଁ ଏସ୍‌ଆଇଟି ଗଠନ କରାଯାଇଛି । ଏହାକୁ ନେଇ ହାଇକୋର୍ଟ କହିଛନ୍ତି ଯଦି ଯାଞ୍ଚ ଠିକ୍ ନ ହେଲା ତେବେ ମାମଲା ସିବିଆଇକୁ ଟ୍ରାନ୍ସଫର କରି ଦିଆଯିବ । ସୂଚନାଯୋଗ୍ୟ, ଗୁରୁବାର ଧନବାଦରେ ମର୍ଣ୍ଣିଂ ୱାକ ସମୟରେ ବିଚାରପତି ଉତ୍ତମ ଆନନ୍ଦଙ୍କୁ ଅଟୋ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଯେଉଁଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ଯେଉଁଭଳି ଭାବେ ଅଟୋ ତାଙ୍କୁ ଧକ୍କା ଦେଇଥିଲା ଏହା ସମ୍ପୂର୍ଣ୍ଣ ଭାବେ ଏକ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri