Posted inଜାତୀୟ

ଘରୋଇ ହିଂସା ନେଇ ସୁପ୍ରିମ୍‌କୋର୍ଟଙ୍କ କଠୋର ଆଭିମୁଖ୍ୟ, ମୁଖ୍ୟ ସଚିବଙ୍କ ବୈଠକ ଡକାଇବାକୁ କେନ୍ଦ୍ରକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୫।୨ : ମହିଳାଙ୍କ ପ୍ରତି ଘରୋଇ ହିଂସା ଘଟଣାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଘରୋଇ ହିଂସା ପ୍ରସଙ୍ଗରେ ସମସ୍ତ ରାଜ୍ୟର ମୁଖ୍ୟ ସଚିବଙ୍କ ବୈଠକ ଡାକିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ମହିଳାଙ୍କୁ ଘରୋଇ ହିଂସାରୁ ରକ୍ଷା କରିବା ପାଇଁ ଘରୋଇ ହିଂସା ଆଇନର କାର୍ଯ୍ୟକାରିତା ଉପରେ ଆଲୋଚନା କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇ ୨୦୨୨ ପର୍ଯ୍ୟନ୍ତ ଦେଶର ୪.୭୧ ଲକ୍ଷ ଘରୋଇ ହିଂସା ମାମଲା କୋର୍ଟରେ ବିଚାରାଧୀନ ଅଛି।

ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି ଯେଉଁଥିରେ ଘରୋଇ ହିଂସାର ଶିକାର ହୋଇଥିବା ମହିଳାମାନଙ୍କୁ ଉପଯୁକ୍ତ ଆଇନଗତ ସହାୟତା ଯୋଗାଇବା ଏବଂ ଘରୋଇ ହିଂସାର ଶିକାର ହୋଇଥିବା ଲୋକଙ୍କ ପାଇଁ ଏକ ଆଶ୍ରୟ ଗୃହ ନିର୍ମାଣ କରିବାକୁ ଦାବି କରାଯାଇଛି। ଏହି ପିଟିଶନର ଶୁଣାଣି କରି ଜଷ୍ଟିସ ଏସ.ଆର ଶାହା ଏବଂ ଜଷ୍ଟିସ ଦୀପଙ୍କର ଦତ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ ଘରୋଇ ହିଂସା ଅଧିନିୟମ ଅନୁଯାୟୀ ସୁରକ୍ଷା ଅଧିକାରୀଙ୍କୁ ନିୟୋଜିତ କରାଯିବା ଉଚିତ। କୋର୍ଟ କହିଛନ୍ତି ଯେ ଏହି ମାମଲାରେ ଏପର୍ଯ୍ୟନ୍ତ ଦେଖାଯାଇଥିବା ଚିତ୍ର ଅତ୍ୟନ୍ତ ଅସ୍ପଷ୍ଟ ଅଟେ।

ଖଣ୍ଡପୀଠ କହିଛନ୍ତି ଯେ ଦେଶରେ ବିଚାରାଧୀନ ମାମଲା ସଂଖ୍ୟାର ୫୦୦ରୁ ୬୦୦ ମାମଲାର ଶୁଣାଣି ଜଣେ ସୁରକ୍ଷା ଅଧିକାରୀଙ୍କ ଦ୍ୱାରା ହୋଇଥାଏ। ଏଭଳି ପରିସ୍ଥିତିରେ ଅଧିକ ସଂଖ୍ୟକ ଅଧିକାରୀ ନିୟୋଜିତ କରାଯିବା ଉଚିତ। କୋର୍ଟ କହିଛନ୍ତି ଯେ କେନ୍ଦ୍ର ସରକାର ଏହି ପ୍ରସଙ୍ଗକୁ ଗମ୍ଭୀରତାର ସହ ବିଚାର କରିବା ଆବଶ୍ୟକ। ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟର ସଚିବ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ସଚିବଙ୍କ ବୈଠକ ଡକାଇ ପାରିବାରିକ ହିଂସା ସମ୍ପର୍କରେ ଆଲୋଚନା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ କହିଛନ୍ତି ଯେ ମୁଖ୍ୟ ସଚିବଙ୍କ ବୈଠକରେ ଅର୍ଥ, ଗୃହ ଏବଂ ସାମାଜିକ ନ୍ୟାୟ ମନ୍ତ୍ରଣାଳୟର ସଚିବ ତଥା ଜାତୀୟ ମହିଳା ଆୟୋଗ ଏବଂ ଜାତୀୟ ନ୍ୟାୟିକ ସେବା ପ୍ରାଧିକରଣର ମନୋନୀତ ଅଧ୍ୟକ୍ଷମାନେ ମଧ୍ୟ ଯୋଗଦେବେ। ସୁପ୍ରିମକୋର୍ଟ ଆଠ ସପ୍ତାହ ପରେ ଏହି ମାମଲାର ଶୁଣାଣି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri