Posted inଜାତୀୟ

ଅତିକ୍‌-ଅଶ୍ରଫ୍‌ଙ୍କ ହତ୍ୟା ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୨୮।୪: ଗ୍ୟଙ୍ଗଷ୍ଟର ଅତିକ୍‌ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ୍‌ ଅହମ୍ମଦଙ୍କ ହତ୍ୟା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ନିକଟରେ ଏହି ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ପାଇଁ ଦୁଇଟି ପିଟିସନ ଦାଖଲ କରାଯାଇଥିଲା। ଏହି ଦୁଇଟି ପିଟିସନ ଦାଖଲ ପରେ ଉତ୍ତରପ୍ରଦେଶ ପୋଲିସ ସୁପ୍ରିମକୋର୍ଟରେ କହିଛି ଯେ, ସରକାରଙ୍କ ପକ୍ଷ ଶୁଣିବା ବିନା ଏହି ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ଦିଆଯିବା ଉଚିତ୍‌ ନୁହେଁ।

ପ୍ରଥମ ଆବେଦନ ଓକିଲ ବିଶାଲ ତିୱାରୀଙ୍କ ଦ୍ୱାରା ହୋଇଥିବାବେଳେ ଦ୍ୱିତୀୟ ଆବେଦନ ପୂର୍ବତନ ଆଇପିଏସ ଅମିତାଭ ଠାକୁରଙ୍କ ଦ୍ୱାରା ଦାଖଲ କରାଯାଇଥିଲା। ଏହି ହତ୍ୟାକାଣ୍ଡର ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଆଡଭୋକେଟ ବିଶାଲ ତିୱାରୀ ତାଙ୍କ ପିଟିସନରେ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିବାକୁ ଦାବି କରିଛନ୍ତି। ଏଥିସହ ପୂର୍ବତନ ଆଇପିଏସ ଅଧିକାରୀ ତାଙ୍କ ପିଟିସନରେ ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ହତ୍ୟା ମାମଲାରେ ସିବିଆଇ ତଦନ୍ତ ଦାବି କରିଛନ୍ତି।

ସୂଚନାଯୋଗ୍ୟ, ଏପ୍ରିଲ ୧୫ରେ ଅତିକ୍‌-ଅଶ୍ରଫ୍‌ଙ୍କୁ ପ୍ରୟାଗରାଜର ଏକ ହସ୍ପିଟାଲ ବାହାରେ ପୋଲିସ ହେପାଜତରେ ଗୁଳି କରି ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri