Categories: ଜାତୀୟ

ମୋଦି ଉପନାମ ମାମଲା: ଗୁଜରାଟ ସରକାରଙ୍କୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୭: ଗୁଜରାଟ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଗୁଜରାଟ ସରକାର ଏବଂ ଅନ୍ୟମାନଙ୍କୁ ନୋଟିସ ଜାରି କରିଛନ୍ତି। ଏହି ମାମଲାରେ ସୁରଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ‘ମୋଦି ଉପନାମ’ ମନ୍ତବ୍ୟ ପାଇଁ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଉନ୍ତି। ଅଗଷ୍ଟ ୪ରେ ଏହି ମାମଲାର ଶୁଣାଣି ହେବ। ରାହୁଲ ଗାନ୍ଧୀଙ୍କ ପାଇଁ ହାଜର ହୋଇଥିବା ବରିଷ୍ଠ ଓକିଲ ଅଭିଷେକ ସିଂଘବି ଜୁଲାଇ ୧୮ରେ ଏହି ବିଷୟରେ ଉଲ୍ଲେଖ କରିଥିଲେ ଏବଂ ଏହି ପିଟିସନର ଜରୁରୀ ଶୁଣାଣି ପାଇଁ ଆବେଦନ କରିଥିଲେ।

Share