ଦଶମ-ଦ୍ୱାଦଶ ଅଫ୍‌ଲାଇନ ପରୀକ୍ଷା ରଦ୍ଦ ଆବେଦନର ବିଚାର କରିବେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୧।୨ : ସିବିଏସଇ, ଆଇସିଏସଇ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଗତ ବର୍ଷ ଏହି ମାମଲାର ଶୁଣାଣି କରିଥିବା ଜଷ୍ଟିସ ଏମ ଖାନୱିଲକରଙ୍କ ବେଞ୍ଚରେ ଏହି ମାମଲା ନିଆଯିବ ବୋଲି ପ୍ରଧାନ ବିଚାରପତି ଏ୍‌.ଭି. ରମନା ଆବେଦନକାରୀଙ୍କୁ ଆଶ୍ୱାସନା ଦେଇଛନ୍ତି। ଆବେଦନକାରୀ କହିଛନ୍ତି ଯେ କୋଭିଡ କାରଣରୁ ପିଲାମାନେ ଅନଲାଇନରେ ଅଧ୍ୟୟନ କରିଛନ୍ତି। କରୋନା ଆତଙ୍କ ମଧ୍ୟ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ତେଣୁ, ପିଲାମାନଙ୍କର ମୂଲ୍ୟାଙ୍କନ ପାଇଁ ଅନ୍ୟ କିଛି ବିକଳ୍ପ ପଦ୍ଧତି ପ୍ରସ୍ତୁତ କରାଯିବା ଉଚିତ୍‌।

ଆଇନଜୀବୀ ତଥା ଶିଶୁ ଅଧିକାର କର୍ମୀ ଅନୁଭା ଶ୍ରୀବାସ୍ତବ ସାହାୟଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନରେ କୁହାଯାଇଛି ଯେ ପିଲାମାନଙ୍କର ଠିକ ସମୟରେ ମୂଲ୍ୟାଙ୍କନ ଏବଂ ଫଳାଫଳ ଘୋଷଣା ସମସ୍ତ ଶିକ୍ଷା ବୋର୍ଡର ଦାୟିତ୍ୱ। କିନ୍ତୁ ବୋର୍ଡମାନେ ତାହା କରି ନାହାନ୍ତି। ବର୍ତ୍ତମାନ ଏପ୍ରିଲ ୨୬ରୁ ବୋର୍ଡ ପରୀକ୍ଷା ଦେବାକୁ ସିବିଏସଇ ଏକ ବିଜ୍ଞପ୍ତି ଜାରି କରିଛି । ଅନ୍ୟ କେତେକ ରାଜ୍ୟ ବୋର୍ଡ ପରୀକ୍ଷାର କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। କିନ୍ତୁ ଅଧିକାଂଶ ଶିକ୍ଷା ବୋର୍ଡ ଏହାକୁ ନେଇ ଆଲୋଚନା କରୁଛନ୍ତି। ପିଲାମାନେ ଅନଲାଇନ ଅଧ୍ୟୟନ କରିଛନ୍ତି । ବହୁ ପିଲା ବିଭିନ୍ନ କାରଣରୁ ଏହାର ସୁଯୋଗ ମଧ୍ୟ ପାଇ ନାହାନ୍ତି। ବର୍ତ୍ତମାନ ସେମାନଙ୍କର ପରୀକ୍ଷା ଅଫ୍‌ଲାଇନ୍‌ରେ କରାଯିବା ଯୁକ୍ତିଯୁକ୍ତ ନୁହେଁ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି।

 

ଆବେଦନକାରୀ ଏହା ମଧ୍ୟ କହିଛନ୍ତି ଯେ କରୋନା ବିପଦ ଟଳି ନାହିଁ। ଏହା ମଧ୍ୟ ପିଲାମାନଙ୍କୁ ଅଧିକ ପ୍ରଭାବିତ କରିପାରେ ବୋଲି କୁହାଯାଉଛି। ଏଭଳି ପରିସ୍ଥିତିରେ ଛାତ୍ରୀଛାତ୍ରମାନଙ୍କୁ ଅଫ୍‌ଲାଇନ୍‌ ପରୀକ୍ଷାରେ ଉପସ୍ଥିତ ହେବାକୁ କହିବା ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ହୋଇପାରେ। ଏପରି ଅସ୍ବାଭାବିକ ପରିସ୍ଥିତିରେ ଉପଯୁକ୍ତ ପ୍ରସ୍ତୁତି ବିନା ଅଫ୍‌ଲାଇନ୍‌ ପରୀକ୍ଷା କରାଇବା ଛାତ୍ରୀଛାତ୍ରଙ୍କ ମାନସିକ ସ୍ଥିତି ଉପରେ ଚାପ ପକାଇବାର ଆଶଙ୍କା ରହିଛି।

କମିଟି ଗଠନ କରି ପିଲାମାନଙ୍କର ମୂଲ୍ୟାଙ୍କନ କରିବାର ବିକଳ୍ପ ପଦ୍ଧତି ଆଣିବାକୁ ଶୀର୍ଷକୋର୍ଟ ସିବିଏସଇ, ଆଇସିଏସଇ, ଏନଆଇଓଏସ ଏବଂ ରାଜ୍ୟ ଶିକ୍ଷା ବୋର୍ଡକୁ କହିବା ଆବଶ୍ୟକ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି। ଯେଉଁ ଛାତ୍ରୀଛାତ୍ରମାନେ ଏପରି ମୂଲ୍ୟାଙ୍କନ ଦ୍ୱାରା ମିଳିଥିବା ମାର୍କରେ ସନ୍ତୁଷ୍ଟ ନୁହଁନ୍ତି, ସେମାନେ ଅଲଗା ପରୀକ୍ଷା ଦେବାକୁ ସୁଯୋଗ ପାଇବେ। ସମସ୍ତ ବୋର୍ଡକୁ ଏକ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସମ୍ପୂର୍ଣ୍ଣ ପ୍ରକ୍ରିୟା ସମାପ୍ତ କରିବାକୁ କୁହାଯିବା ଉଚିତ୍‌।

କଲେଜ ଆଡମିଶନ ପାଇଁ ବ୍ୟବସ୍ଥା କରିବାବେଳେ ୟୁଜିସିକୁ ମଧ୍ୟ ଏହି ପରିସ୍ଥିତି ପ୍ରତି ଦୃଷ୍ଟି ଦେବାକୁ କୁହାଯିବା ଆବଶ୍ୟକ। ଦ୍ୱାଦଶ ପାସ କରିଥିବା ଛାତ୍ରୀଛାତ୍ରମାନଙ୍କୁ ଆପଟିଚ୍ୟୁଡ୍‌ ଟେଷ୍ଟ କିମ୍ବା ଅନ୍ୟ କୌଣସି ଉପଯୁକ୍ତ ପଦ୍ଧତି ମାଧ୍ୟମରେ କଲେଜରେ ଆଡମିଶନ ଦିଆଯାଉ ବୋଲି ଆବେଦନରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri