Posted inଜାତୀୟ

ଶିବସେନା ନାଁ-ନିର୍ବାଚନୀ ଚିହ୍ନ ବିବାଦ: ଉଦ୍ଧବ ଗୋଷ୍ଠୀର ଆବେଦନକୁ ଗ୍ରହଣ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୨: ମହାରାଷ୍ଟ୍ରରେ ଶିବସେନା ନାଁ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଶିବସେନାଙ୍କ ନାଁ ଓ ନିର୍ବାଚନୀ ଚିହ୍ନକୁ ଶିନ୍ଦେ ଗୋଷ୍ଠୀକୁ ଦେବାକୁ ନେଇ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଉଦ୍ଧବ ଗୋଷ୍ଠୀ କରିଥିବା ଆବେଦନକୁ ମଙ୍ଗଳବାର ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ଆସନ୍ତାକାଲି ଅର୍ଥାତ୍‌ ବୁଧବାର ଅପରାହ୍ନ ୩.୩୦ରେ ଏହାର ଶୁଣାଣି ହେବ ବୋଲି କୋର୍ଟ କହିଛନ୍ତି।
ନିର୍ବାଚନ କମିଶନ ଶିବସେନା ଓ ଦଳର ନିର୍ବାଚନୀ ଚିହ୍ନ ଧନୁ-ତୀରକୁ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀକୁ ଦେଇଥିଲେ। ଏହାପରେ ଶିନ୍ଦେ ଗୋଷ୍ଠୀ ପକ୍ଷରୁ ସୁପ୍ରିମକୋର୍ଟରେ କ୍ୟାଭିଟ ଦାଖଲ କରାଯାଇଥିଲା। ଏହାକୁ ଚ୍ୟାଲେଞ୍ଚ୍‌ କରି ଉଦ୍ଧବ ଠାକରେ ଗୋଷ୍ଠୀ ଉଚ୍ଚତମ ନ୍ୟାୟାଳୟଙ୍କ କବାଟ ବାଡେଇ ଜରୁରୀକାଳୀନ ଭିତ୍ତିରେ ମାମଲାର ଶୁଣାଣି ପାଇଁ ନିବେଦନ କରାଯାଇଥିଲା। ନିର୍ବାଚନ କମିଶନଙ୍କ ରାୟ ତ୍ରୁଟିପୂର୍ଣ୍ଣ ଦର୍ଶାଇ ଏହା ଉପରେ ରୋକ ଲଗାଇବାକୁ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ‘ସରକାରଙ୍କୁ ଜଣାଅଛି ଯେ…’

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri