Posted inଜାତୀୟ

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ ବିଚାର ପାଇଁ ପଠାଯିବା ନେଇ ଗତ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ ଏକ ବିଭାଜିତ ରାୟ ଦେଇଥିଲେ। ଉକ୍ତ ରାୟକୁ ପ୍ରତ୍ୟାହାର କରିନେବା ପାଇଁ ହୋଇଥିବା ଆବେଦନକୁ ଅନୁଧ୍ୟାନ କରିବାକୁ ସର୍ବୋଚ୍ଚ ଅଦାଲତ ବୁଧବାର ସହମତ ହୋଇଛନ୍ତି।
ସିଇସି ଏବଂ ଇସି ନିଯୁକ୍ତି ପାଇଁ ଗଠିତ ଚୟନ କମିଟିରୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ବାଦ୍‌ ଦେଇଥିବା ୨୦୨୩ ଆଇନର ବୈଧତାକୁ ଚ୍ୟାଲେଞ୍ଜ କରାଯାଇଥିଲା। ଏହାକୁ ବୃହତ୍ତର ପୀଠକୁ ପଠାଇବା ନେଇ ସେପ୍ଟେମ୍ବର ୨୩ରେ ଜଷ୍ଟିସ୍‌ ଦୀପଙ୍କର ଦତ୍ତ ଏବଂ ସତୀଶ ଚନ୍ଦ୍ର ଶର୍ମାଙ୍କ ଖଣ୍ଡପୀଠ ବିଭାଜିତ ରାୟ ଦେଇଥିଲେ। ଏଥିରେ କୁହାଯାଇଥିଲା, ମତଭେଦ ଥିବା କାରଣରୁ ଏକ ପ୍ରଭାବଶାଳୀ ଓ ପ୍ରାମାଣିକ ନ୍ୟାୟ ନିର୍ଣ୍ଣୟ ପାଇଁ ଉପଯୁକ୍ତ ସଂଖ୍ୟକ ବିଚାରପତିଙ୍କୁ ନେଇ ସାମ୍ବିଧାନିକ ପୀଠ ଗଠନ ନିମନ୍ତେ ପ୍ରଶାସନିକ ସ୍ତରରେ ଏହି ମାମଲା ସିଜେଆଇ ସୂର୍ଯ୍ୟ କାନ୍ତଙ୍କ ନିକଟରେ ଉପସ୍ଥାପନ କରାଯାଉ।
ପୂର୍ବ ଖଣ୍ଡପୀଠଙ୍କ ବିଭାଜିତ ରାୟ ପ୍ରତ୍ୟାହାର ଆବେଦନ ସମ୍ପର୍କରେ ବରିଷ୍ଠ ଆଇନଜୀବୀ ଗୋପାଳ ଶଙ୍କରନାରାୟଣନ ବୁଧବାର ସିଜେଆଇଙ୍କ ସମେତ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀ ଏବଂ ଭି. ମୋହନାଙ୍କ ଖଣ୍ଡପୀଠଙ୍କୁ ଅବଗତ କରାଇଥିଲେ। ଆମେ ଏହାକୁ ଅନୁଧ୍ୟାନ କରି ନିଷ୍ପତ୍ତି ନେବୁ ବୋଲି ସିଜେଆଇ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?