Posted inଜାତୀୟ

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର କରିବାକୁ କହିଛନ୍ତି। ଭାରତର ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ନେତୃତ୍ୱରେ ଗଠିତ ଏକ ୩ଜଣିଆ ଖଣ୍ଡପୀଠ, ସିବିଏସ୍‌ଇର ତ୍ରିଭାଷା ନୀତିକୁ ଚ୍ୟାଲେଞ୍ଜ କରୁଥିବା ଏକାଧିକ ଆବେଦନର ଶୁଣାଣିକୁ ସେପ୍ଟେମ୍ୱର ୧୭କୁ ଘୁଞ୍ଚାଇବା ସହିତ ଚଳିତ ଶିକ୍ଷାବର୍ଷରେ ୬ଷ୍ଠ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ କିପରି କୋହଳ କରାଯାଇପାରିବ, ସେନେଇ ବୋର୍ଡକୁ ବିଚାର କରିବାକୁ କହିଛନ୍ତି। ଅତିରିକ୍ତ ସଲିସିଟର ଜେନେରାଲ ଐଶ୍ୱର୍ଯ୍ୟା ଭାଟି ଉପଲବ୍ଧ ନଥିବାରୁ ଏସ୍‌ଜି ମେହଟ୍ଟା କୋର୍ଟଙ୍କୁ ଏହି ଆବେଦନଗୁଡ଼ିକୁ ସ୍ଥଗିତ ରଖିବାକୁ ଅନୁରୋଧ କରିଥିଲେ। ତଥାପି ସଂପୃକ୍ତ ଅଧିକାରୀମାନେ ଖଣ୍ଡପୀଠର ପରାମର୍ଶ ଉପରେ ବିଚାର କରିବେ ବୋଲି ଆଶ୍ୱାସନା ଦେଇଛନ୍ତି। ଜଣେ ଆବେଦନକାରୀଙ୍କ ବରିଷ୍ଠ ଓକିଲ କହିଛନ୍ତି ଯେ, ଅଧିକ ସମୟ ସ୍ଥଗିତ ରଖିବା ଦ୍ୱାରା ମାମଲା ବିଳମ୍ୱିତ ହେବା ଉଚିତ ନୁହେଁ, କାରଣ ଛାତ୍ରୀଛାତ୍ରମାନଙ୍କୁ ଶେଷରେ ପରୀକ୍ଷା ଦେବାକୁ ପଡ଼ିବ ଏବଂ ଏହା ସେମାନଙ୍କ ଅଭିଭାବକଙ୍କ ମଧ୍ୟରେ ଚିନ୍ତା ବଢ଼ାଉଛି।
୨୦ରେ ସୁପ୍ରିମକୋର୍ଟ ୯ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଦ୍ୱାରା ୩ଟି ଭାଷା ପଢ଼ିବାକୁ ବାଧ୍ୟତାମୂଳକ କରୁଥିବା ସିବିଏସ୍‌ଇ ନୀତିରୁ ଉପତ୍ନ୍ନ ସମସ୍ୟାଗୁଡ଼ିକର ସମାଧାନ ସନ୍ଧାନ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି ମତ ଦେଇଥିଲେ ଯେ, ପିଲାମାନେ କୌଣସି ପ୍ରକାର ଚାପର ସମ୍ମୁଖୀନ ହେବା ଉଚିତ ନୁହେଁ। ଖଣ୍ଡପୀଠ ଦର୍ଶାଇଥିଲେ ଯେ ଉପଲବ୍ଧ ଭାଷା ବିକଳ୍ପଗୁଡ଼ିକ ସମ୍ୱନ୍ଧରେ ଯଥେଷ୍ଟ ମାନବ ସମ୍ୱଳ ଭିତ୍ତିଭୂମି କିପରି ନିର୍ମାଣ କରାଯିବ, ତାହାକୁ ବିଚାରକୁ ନେବାକୁ ପଡ଼ିବ। ଜଣେ ଆବେଦନକାରୀ ଯୁକ୍ତି ଦର୍ଶାଇଛନ୍ତି ଯେ, ୬ଷ୍ଠରୁ ୮ମ ଶ୍ରେଣୀ ପାଇଁ ପାଠ୍ୟକ୍ରମ ପ୍ରଣୟନ କରିବାରେ ସିବିଏସ୍‌ଇର କୌଣସି କ୍ଷେତ୍ରାଧିକାର ନାହିଁ, କାରଣ ଏହା ଏନ୍‌ସିଇଆର୍‌ଟି ଦ୍ୱାରା କରାଯିବା ଉଚିତ। ମେ ୨୭ରେ ଏହି ନୀତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନର ପରୀକ୍ଷା କରିବାକୁ ଶୀର୍ଷ କୋର୍ଟ ରାଜି ହୋଇଥିଲେ ଏବଂ କେନ୍ଦ୍ର, ସିବିଏସ୍‌ଇ ଏବଂ ଏନ୍‌ସିଇଆରଟିକୁ ସେମାନଙ୍କର ଜବାବ ଦାଖଲ କରିବାକୁ ନୋଟିସ୍‌ ଜାରି କରିଥିଲେ। ସିବିଏସ୍‌ଇ ଦ୍ୱାରା ଜାରି ଏକ ସର୍କୁଲାର ଅନୁଯାୟୀ ଜୁଲାଇ ୧ ରୁ ୯ମ ଶ୍ରେଣୀ ଛାତ୍ରଛାତ୍ରଙ୍କ ପାଇଁ ଅନୂ୍ୟନ୍ୟ ୨ଟି ଭାରତୀୟ ସ୍ଥାନୀୟ ଭାଷା ସମେତ ୩ଟି ଭାଷା ଅଧ୍ୟୟନକୁ ବାଧ୍ୟତାମୂଳକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ

ଭୁବନେଶ୍ୱର,୧୦ା୯(ସୁଚିସ୍ମିତା ସାହୁ): ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଅଙ୍ଗନବାଡ଼ି କର୍ମୀଙ୍କ ୧୨ହଜାର ଯାଏ ବଢିଲା ଦରମା, ଆଉ ସହାୟିକାଙ୍କୁ…

ନୂଆଦିଲ୍ଲୀ,୧୦।୯: ଉତ୍ତର ପ୍ରଦେଶର ୨.୯୧ ଲକ୍ଷ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ଉପହାର ଦେଇଛନ୍ତି। ଅଙ୍ଗନୱାଡ଼ି କର୍ମୀମାନଙ୍କର ମାସିକ ପାରିଶ୍ରମିକ…

ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ

ନୂଆଦିଲ୍ଲୀ,୧୦ା୯: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍‌ଙ୍କୁ ସୁପ୍ରିମକୋର୍ଟ…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ…

ଏଆଇ ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱବ୍ୟାପୀ ମହାବିପତ୍ତି ସୃଷ୍ଟି ହୋଇପାରେ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରର ପ୍ରମୁଖ ଗବେଷଣା ସଂସ୍ଥା ‘ଆନ୍ଥ୍ରୋପିକ୍‌’ର ଗବେଷକ ଜାକବ କୋକ୍ସନ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ‘ଓପନ୍‌ଏଆଇ’…

ଗତ ୫ ରାଜ୍ୟ ନିର୍ବାଚନରେ ଭାଜପାକୁ ମିଳିଛି ଏତେ କୋଟି: ସଂଖ୍ୟା ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦ା୯: ଗତ ୫ଟି ରାଜ୍ୟ ବିଧାନସଭା ନିର୍ବାଚନ ବେଳେ ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟ ପାଖାପାଖି ୧,୪୭୩ କୋଟି ଟଙ୍କା ଚାନ୍ଦା ପାଇଛି, ଯାହାକି କଂଗ୍ରେସର କେନ୍ଦ୍ରୀୟ ଏବଂ…

ଓଡ଼ିଶା ସମେତ ୫ ରାଜ୍ୟରେ ମଲ୍ଟିଟ୍ରାକ୍‌ ପ୍ରକଳ୍ପ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର; ଖଡ଼ଗପୁର-ଝାରସୁଗୁଡ଼ା…

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୁଧବାର ଦେଶର ୮ଟି ପ୍ରମୁଖ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ପାଇଁ ୨୦,୮୦୪ କୋଟି ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri