Posted inଜାତୀୟ

ଇଡ଼ି ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି ବିରୋଧ ମାମଲା, ଶୁକ୍ରବାର ଶୁଣାଣି କରିବେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୮।୭ : ଇଡ଼ି ନିର୍ଦ୍ଦେଶକ ସଞ୍ଜୟ ମିଶ୍ରାଙ୍କ ଏକ ବର୍ଷ କାର୍ଯ୍ୟକାଳ ବୃଦ୍ଧି କରିବା କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ଦାଖଲ ହୋଇଥିବା ଆବେଦନ ଉପରେ ଶୀଘ୍ର ଶୁଣାଣି ପାଇଁ କରାଯାଇଥିବା ଦାବିକୁ ସୁପ୍ରିମକୋର୍ଟ ଗ୍ରହଣ କରିଛନ୍ତି। ଖୁବ ଶୀଘ୍ର ଏହାର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ପ୍ରସ୍ତୁତ ଅଛନ୍ତି। ସୁପ୍ରିମକୋର୍ଟ ଶୁକ୍ରବାର ଏହି ମାମଲାର ଶୁଣାଣି କରିବେ। ଆଇନଜୀବୀ ଏହି ମାମଲାକୁ ପ୍ରଧାନ ବିଚାରପତି ଏନ.ଭି. ରମନାଙ୍କ ସମ୍ମୁଖରେ ଉପସ୍ଥାପନ କରିଛନ୍ତି। ଶୁକ୍ରବାର ଏହାର ଶୁଣାଣି ହେବ ବୋଲି ରମନା କହିଛନ୍ତି।

କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (ସିଭିସି) ଅଧିନିୟମରେ ସଂଶୋଧନ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ କେନ୍ଦ୍ର ସରକାର ଗତ ବର୍ଷ ଏକ ଅଧ୍ୟାଦେଶ ଆଣିଥିଲେ। ବର୍ତ୍ତମାନର ଇଡି ନିର୍ଦ୍ଦେଶକ ସଞ୍ଜୟ ମିଶ୍ରାଙ୍କ କାର୍ଯ୍ୟକାଳ ୫ ନଭେମ୍ବର ୨୦୨୨ ରେ ଶେଷ ହେଉଛି। ଏହି ଆବେଦନରେ କୁହାଯାଇଛି ଯେ ଏହା ସେପ୍ଟେମ୍ବର ୨୦୨୧ରେ ସୁପ୍ରିମକୋର୍ଟଙ୍କ ଆଦେଶର ଉଲ୍ଲଂଘନ କରୁଛି। ଯେଉଁଥିରେ କୋର୍ଟ ସଞ୍ଜୟ ମିଶ୍ରାଙ୍କ କାର୍ଯ୍ୟକାଳ ଅଧିକ ନ ବଢ଼ାଇବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri