Posted inଜାତୀୟ

କାହାକୁ ଫାଶୀ କାହାକୁ ନୁହେଁ, ଗାଇଡ୍‌ଲାଇନ୍‌ ଜାରି କରିବେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୪।୪ : ସୁପ୍ରିମକୋର୍ଟ କହିଛନ୍ତି ଯେ ଶୀଘ୍ର ଫାଶୀଦଣ୍ଡ ସମ୍ପର୍କରେ ଏକ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରାଯିବ। ଏହା ଅନ୍ତର୍ଗତ କାହାକୁ ଫାଶୀ ଦଣ୍ଡାଦେଶ ଦିଆଯିବ କାହାକୁ ନୁହେଁ ତାହା ସ୍ଥିର କରାଯିବ। ଯାହା ସମଗ୍ର ଦେଶର କୋର୍ଟ ପାଇଁ ବୈଧ ହେବ।

ମଧ୍ୟପ୍ରଦେଶର ଇରଫାନ ଓରଫ ଭେୟୁ ମେୱାତିଙ୍କ ଏକ ଆବେଦନ ଉପରେ ବିଚାର କରି ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ନେଇଛନ୍ତି। ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଇରଫାନଙ୍କୁ ନିମ୍ନ ଅଦାଲତ ଫାଶୀ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିଲେ। ଏହା ହାଇକୋର୍ଟରେ ମଧ୍ୟ କାଏମ୍‌ ରହିଛି।

ଏହି ମାମଲାରେ ସହଯୋଗ କରିବାକୁ କୋର୍ଟ ଆଟର୍ନି ଜେନେରାଲ କେ.କେ ଭେନୁଗୋପାଲଙ୍କୁ କହିଛନ୍ତି। ଏହି ପରିପ୍ରେକ୍ଷୀରେ, ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ପ୍ରୋଜେକ୍ଟ ୩୯-ଏ ପକ୍ଷରୁ ଏକ ଆବେଦନ କରାଯାଇଥିଲା। ଏହା ପରେ ସୁପ୍ରିମକୋର୍ଟ ଏହି ଫାଶୀଦଣ୍ଡର ବିଚାର ଆରମ୍ଭ କରିଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ବର୍ତ୍ତମାନ ମେ ୧୦ ରେ ହେବ।

ଜଷ୍ଟିସ ୟୁୟୁ ଲଲିତ, ଜଷ୍ଟିସ ଏସ ରବିନ୍ଦ୍ର ଭଟ୍ଟ ଏବଂ ଜଷ୍ଟିସ ପିଏସ ନରସିଂହଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶନାମା ପ୍ରସ୍ତୁତ କରିବାରେ ଆଟର୍ନି ଜେନେରାଲ କେ.କେ ଭେନୁଗୋପାଲଙ୍କ ସହାୟତା ଲୋଡିଛନ୍ତି। ଜାତୀୟ ଆଇନ ସେବା ପ୍ରାଧିକରଣକୁ ମଧ୍ୟ ଖଣ୍ଡପୀଠ ଏକ ବିଜ୍ଞପ୍ତି ପଠାଇଛି। ଫାଶୀଦଣ୍ଡ ସହ ଜଡିତ ମାମଲାରେ ଦେଶର କୋର୍ଟଙ୍କ ପାଇଁ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରାଯିବ ବୋଲି ଖଣ୍ଡପୀଠ କହିଛନ୍ତିି। ଖଣ୍ଡପୀଠ କହିଛନ୍ତି ଯେ ଫାଶୀଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ପାଇଁ ପ୍ରତିରକ୍ଷା ମାଧ୍ୟମ ବହୁତ ସୀମିତ।

ଇରଫାନ ନାମକ ଜଣେ ଅଭିଯୁକ୍ତଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ପିଟିଶନରେ ଡିଭିଜନ ବେଞ୍ଚ ଶୁଣାଣି କରିଥିଲେ। ମଧ୍ୟପ୍ରଦେଶ ହାଇକୋର୍ଟ ନିମ୍ନ ଅଦାଲତଙ୍କ ଦଣ୍ଡାଦେଶକୁ କାଏମ୍‌ ରଖିଥିଲେ। ଆଟର୍ନି ଜେନେରାଲ କହିଛନ୍ତି ଯେ ଫାଶୀଦଣ୍ଡାଦେଶ ଦେବାର ବ୍ୟବସ୍ଥାକୁ ଗୁରୁତର ସହ ବିଚାର କରିବା ଆବଶ୍ୟକ। ମାମଲାର ଶୁଣାଣି ସମୟରେ ଆମିକସ୍‌ କ୍ୟୁର କହିଛନ୍ତି ଯେ ମଧ୍ୟପ୍ରଦେଶରେ ଏପରି ଏକ ଆଇନ ଅଛି ଯେ ଅଧିକ ମାମଲାରେ ଫାଶୀଦଣ୍ଡାଦେଶ ପ୍ରଦାନ କରିଥିବା ସରକାରୀ ଆଇନଜୀବୀଙ୍କର ସେହି ଆଧାରରେ ସେ ଦରମା ବୃଦ୍ଧି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri