Posted inଜାତୀୟ

କାହାକୁ ଫାଶୀ କାହାକୁ ନୁହେଁ, ଗାଇଡ୍‌ଲାଇନ୍‌ ଜାରି କରିବେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୪।୪ : ସୁପ୍ରିମକୋର୍ଟ କହିଛନ୍ତି ଯେ ଶୀଘ୍ର ଫାଶୀଦଣ୍ଡ ସମ୍ପର୍କରେ ଏକ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରାଯିବ। ଏହା ଅନ୍ତର୍ଗତ କାହାକୁ ଫାଶୀ ଦଣ୍ଡାଦେଶ ଦିଆଯିବ କାହାକୁ ନୁହେଁ ତାହା ସ୍ଥିର କରାଯିବ। ଯାହା ସମଗ୍ର ଦେଶର କୋର୍ଟ ପାଇଁ ବୈଧ ହେବ।

ମଧ୍ୟପ୍ରଦେଶର ଇରଫାନ ଓରଫ ଭେୟୁ ମେୱାତିଙ୍କ ଏକ ଆବେଦନ ଉପରେ ବିଚାର କରି ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ନେଇଛନ୍ତି। ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଇରଫାନଙ୍କୁ ନିମ୍ନ ଅଦାଲତ ଫାଶୀ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିଲେ। ଏହା ହାଇକୋର୍ଟରେ ମଧ୍ୟ କାଏମ୍‌ ରହିଛି।

ଏହି ମାମଲାରେ ସହଯୋଗ କରିବାକୁ କୋର୍ଟ ଆଟର୍ନି ଜେନେରାଲ କେ.କେ ଭେନୁଗୋପାଲଙ୍କୁ କହିଛନ୍ତି। ଏହି ପରିପ୍ରେକ୍ଷୀରେ, ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ପ୍ରୋଜେକ୍ଟ ୩୯-ଏ ପକ୍ଷରୁ ଏକ ଆବେଦନ କରାଯାଇଥିଲା। ଏହା ପରେ ସୁପ୍ରିମକୋର୍ଟ ଏହି ଫାଶୀଦଣ୍ଡର ବିଚାର ଆରମ୍ଭ କରିଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ବର୍ତ୍ତମାନ ମେ ୧୦ ରେ ହେବ।

ଜଷ୍ଟିସ ୟୁୟୁ ଲଲିତ, ଜଷ୍ଟିସ ଏସ ରବିନ୍ଦ୍ର ଭଟ୍ଟ ଏବଂ ଜଷ୍ଟିସ ପିଏସ ନରସିଂହଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶନାମା ପ୍ରସ୍ତୁତ କରିବାରେ ଆଟର୍ନି ଜେନେରାଲ କେ.କେ ଭେନୁଗୋପାଲଙ୍କ ସହାୟତା ଲୋଡିଛନ୍ତି। ଜାତୀୟ ଆଇନ ସେବା ପ୍ରାଧିକରଣକୁ ମଧ୍ୟ ଖଣ୍ଡପୀଠ ଏକ ବିଜ୍ଞପ୍ତି ପଠାଇଛି। ଫାଶୀଦଣ୍ଡ ସହ ଜଡିତ ମାମଲାରେ ଦେଶର କୋର୍ଟଙ୍କ ପାଇଁ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରାଯିବ ବୋଲି ଖଣ୍ଡପୀଠ କହିଛନ୍ତିି। ଖଣ୍ଡପୀଠ କହିଛନ୍ତି ଯେ ଫାଶୀଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ପାଇଁ ପ୍ରତିରକ୍ଷା ମାଧ୍ୟମ ବହୁତ ସୀମିତ।

ଇରଫାନ ନାମକ ଜଣେ ଅଭିଯୁକ୍ତଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ପିଟିଶନରେ ଡିଭିଜନ ବେଞ୍ଚ ଶୁଣାଣି କରିଥିଲେ। ମଧ୍ୟପ୍ରଦେଶ ହାଇକୋର୍ଟ ନିମ୍ନ ଅଦାଲତଙ୍କ ଦଣ୍ଡାଦେଶକୁ କାଏମ୍‌ ରଖିଥିଲେ। ଆଟର୍ନି ଜେନେରାଲ କହିଛନ୍ତି ଯେ ଫାଶୀଦଣ୍ଡାଦେଶ ଦେବାର ବ୍ୟବସ୍ଥାକୁ ଗୁରୁତର ସହ ବିଚାର କରିବା ଆବଶ୍ୟକ। ମାମଲାର ଶୁଣାଣି ସମୟରେ ଆମିକସ୍‌ କ୍ୟୁର କହିଛନ୍ତି ଯେ ମଧ୍ୟପ୍ରଦେଶରେ ଏପରି ଏକ ଆଇନ ଅଛି ଯେ ଅଧିକ ମାମଲାରେ ଫାଶୀଦଣ୍ଡାଦେଶ ପ୍ରଦାନ କରିଥିବା ସରକାରୀ ଆଇନଜୀବୀଙ୍କର ସେହି ଆଧାରରେ ସେ ଦରମା ବୃଦ୍ଧି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri