Posted inଜାତୀୟ

ପିଆଇଏଲ୍‌ ଶୁଣାଣି କରିବେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୮: ଚାଇନାର ଶାସକ କମ୍ୟୁନିଷ୍ଟ ପାର୍ଟି ଅଫ୍‌ ଚାଇନା (ସିପିସି) ସହ କଂଗ୍ରେସର ଚୁକ୍ତିକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଦ୍ୱାରା ତଦନ୍ତ କରାଯାଉ ବୋଲି ଏକ ଜନସ୍ବାର୍ଥ ମାମଲା(ପିଆଇଏଲ୍‌) ସୁପ୍ରିମକୋର୍ଟରେ ଦାଏର ହୋଇଥିଲା। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏହାର ଶୁଣାଣି କରିବାକୁ ମନା କରିଦେଇଛନ୍ତି।
ଆବେଦନକାରୀ ଶଶାଙ୍କ ଶେଖର ଝା ଓ ଖବରଦାତା ସାଭିଓ ରୋଡ୍ରିଗୁଏସ୍‌ଙ୍କ ପକ୍ଷରୁ ବରିଷ୍ଠ ଓକିଲ ମହେଶ ଜେଠମାଲାନି ଏହି ପିଆଇଏଲ୍‌ ଦାଖଲ କରିଥିଲେ। ୨୦୦୮ରେ ବେଜିଂଠାରେ କଂଗ୍ରେସ ଏବଂ ସିପିସି ମଧ୍ୟରେ ଉଚ୍ଚସ୍ତରୀୟ ସୂଚନା ଓ ସହଯୋଗ ଆଦାନପ୍ରଦାନ ନିମନ୍ତେ ଏକ ଚୁକ୍ତି ସ୍ବାକ୍ଷର ହୋଇଥିଲା। ଭାରତର ଏକ ରାଜନୈତିକ ଦଳ ଚାଇନାର ଏକମାତ୍ର ରାଜନୈତିକ ଦଳ ସହ ଚୁକ୍ତି ସ୍ବାକ୍ଷର କରିବା ଜାତୀୟ ନିରାପତ୍ତା ସହ ଜଡ଼ିତ ଏକ ପ୍ରସଙ୍ଗ। ଦେଶର ସୁରକ୍ଷା ସହ ସାଲିସ୍‌ କରାଯାଇ ପାରିବ ନାହିଁ। ତେଣୁ ଏନ୍‌ଆଇଏ ଦ୍ୱାରା ଏହାର ତଦନ୍ତ କରାଯାଉ ବୋଲି ମହେଶ ଯୁକ୍ତି ବାଢ଼ିଥିଲେ। ଭିଡିଓ କନ୍‌ଫରେନ୍ସ ଜରିଆରେ ଶୁକ୍ରବାର ଶୁଣାଣି ବେଳେ ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମହେଶଙ୍କୁ ଉକ୍ତ ପିଟିଶନ ପ୍ରତ୍ୟାହାର କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବାକୁ କହିଥିଲେ। ଆପଣ ଯାହା ସବୁ ଚାହୁଁଛନ୍ତି, ହାଇକୋର୍ଟ ପ୍ରଦାନ କରିପାରିବେ।

ଶାସକ-ବିରୋଧୀ ମୁହଁ।ମୁହିଁ
ଏଥିପାଇଁ ହାଇକୋର୍ଟ ହିଁ ଉପଯୁକ୍ତ। ତୃତୀୟତଃ ଆମେ ମଧ୍ୟ ହାଇକୋର୍ଟଙ୍କ ରାୟର ସୁବିଧା ପାଇପାରିବୁ ବୋଲି ଜଷ୍ଟିସ୍‌ ଏ.ଏସ୍‌. ବୋପାନ୍ନା ଏବଂ ଭି. ରାମସୁବ୍ରମଣ୍ୟମ୍‌ଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରକାଶ କରିଥିଲେ।
ଚାଇନା ଓ ଏହାର କେତେକ ଫାର୍ମ ସହ ସମ୍ପର୍କକୁ ନେଇ ଶୁକ୍ରବାର ଶାସକ ଭାଜପା ଏବଂ ବିରୋଧୀ କଂଗ୍ରେସ ମୁହଁାମୁହିଁ ହୋଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ଏନେଇ ସ୍ପଷ୍ଟୀକରଣ ମାଗିଛନ୍ତି। କଂଗ୍ରେସ ଦଳ ଚାଇନା ସରକାର ସହ କିପରି ଏମ୍‌ଓୟୁରେ ସ୍ବାକ୍ଷର କଲା ବୋଲି ସୁପ୍ରିମକୋର୍ଟ ବିସ୍ମୟ ପ୍ରକାଶ କରିଛନ୍ତି। ରାହୁଲ ଗାନ୍ଧୀ ଫାଉଣ୍ଡେଶନ (ଆର୍‌ଜିଏଫ୍‌) ଚାନ୍ଦା ବଦଳରେ ଚାଇନା ପାଇଁ ଭାରତୀୟ ବଜାରକୁ ଖୋଲିଦେଇଥିଲା କି, ଯଦ୍ଦ୍ବାରା ଭାରତୀୟ ବ୍ୟବସାୟ ପ୍ରଭାବିତ ହୋଇଥିଲା ବୋଲି ନଡ୍ଡା ପ୍ରଶ୍ନ କରିଛନ୍ତି। ଏହାସହ ଉକ୍ତ ବୁଝାମଣାପତ୍ରରେ ସ୍ବାକ୍ଷର କରିଥିବା ସୋନିଆ ଓ ତାଙ୍କ ପୁଅ ରାହୁଲ ଏହା ସ୍ପଷ୍ଟ କରନ୍ତୁ ବୋଲି ସେ ଦାବି କରିଛନ୍ତି। ଏହାର ଜବାବରେ କଂଗ୍ରେସ ମୁଖପାତ୍ର ପବନ ଖେରା କହିଛନ୍ତି, ଭାଜପା ନିର୍ବାଚନ ସମୟରେ ଚାଇନା କମ୍ପାନୀଗୁଡ଼ିକୁ ବ୍ୟବହାର କରିଥିଲା। ଏଥିଯୋଗୁ କୋଟି କୋଟି ଭାରତୀୟଙ୍କ ବ୍ୟକ୍ତିଗତ ଗୋପନୀୟ ତଥ୍ୟ ସହ ସାଲିସ କରାଯାଇଥିବ। ଶାସକ ଦଳ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ସହ ଜଡ଼ିତ ଏକ କମ୍ପାନୀକୁ ଭାରତୀୟ ନିର୍ବାଚନରେ କାହିଁକି ସାମିଲ କରିବାକୁ ବାଧ୍ୟ ହୋଇଥିଲା ବୋଲି ଖେରା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri