Posted inଜାତୀୟ

କୃଷ୍ଣ ଜନ୍ମଭୂମି-ଶାହି ଇଦ୍‌ଗା ପରିସର ସର୍ଭେରେ ହସ୍ତକ୍ଷେପ କରିବେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ମଥୁରା କୃଷ୍ଣ ଜନ୍ମଭୂମି-ଶାହି ଇଦ୍‌ଗା ମସ୍‌ଜିଦ ପରିସରର ସର୍ଭେ ପାଇଁ ଶ୍ରୀକୃଷ୍ଣ ଜନ୍ମଭୂମି ମୁକ୍ତି ନିର୍ମାଣ ଟ୍ରଷ୍ଟ ପକ୍ଷରୁ କରାଯାଇଥିବା ଆବେଦନରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ଶାହି ଇଦ୍‌ଗା ମସ୍‌ଜିଦ ସ୍ଥାନରେ ପୂର୍ବରୁ ହିନ୍ଦୁ ମନ୍ଦିର ଥିଲା କି ନାହିଁ ତାହା ନିର୍ଦ୍ଧାରଣ କରିବା ପାଇଁ ସର୍ଭେ ନିମନ୍ତେ ଆବେଦନ କରାଯାଇଥିଲା। ମସ୍‌ଜିଦ ପରିଚାଳନା କମିଟି ପକ୍ଷରୁ ଦାଏର ରକ୍ଷଣାବେକ୍ଷଣ ପ୍ରସଙ୍ଗର ଶୁଣାଣି ପ୍ରଥମେ କରାଯିବ ବୋଲି ସିଭିଲ ଜଜ୍‌ ନିଷ୍ପତ୍ତି ନେଇଥିଲେ। ଆଲ୍ଲାହାବାଦ ହାଇକୋର୍ଟ ଏହାକୁ କାଏମ ରଖିବା ସହ ସିଭିଲ ଜଜ୍‌ଙ୍କ ରାୟରେ ତ୍ରୁଟି ନ ଥିବା କହିଥିଲେ। ହାଇକୋର୍ଟଙ୍କ ଜୁଲାଇ ୧୦ର ଏହି ରାୟକୁ ଟ୍ରଷ୍ଟ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲା। ମସ୍‌ଜିଦ ପରିଚାଳନା କମିଟି ଏବଂ ଉତ୍ତରପ୍ରଦେଶ ସୁନ୍ନୀ କେନ୍ଦ୍ରୀୟ ଓ୍ବାକଫ୍‌ ବୋର୍ଡ ସିଭିଲ୍‌ ଜଜ୍‌ଙ୍କ ନିକଟରେ ଆବେଦନ କରିଥବାରୁ ସମ୍ବିଧାନର ଅନୁଚ୍ଛେଦ ୧୩୬ ଅନୁଯାୟୀ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପର ଆବଶ୍ୟକତା ନାହିଁ ବୋଲି ଜଷ୍ଟିସ ସଞ୍ଜୟ କିଶନ ଏବଂ ସୁଧାଂଶୁ ଧୁଲିଆଙ୍କ ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri