Posted inଜାତୀୟ

ପେଗାସସ୍‌ ମାମଲାର ଯାଞ୍ଚ୍‌ ପାଇଁ ବିଶେଷଜ୍ଞ କମିଟି ଗଠନ କରିବେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୩।୯: ପେଗାସସ୍‌ ମାମଲାର ଯାଞ୍ଚ୍‌ ପାଇଁ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ବିଶେଷଜ୍ଞ କମିଟି ଗଠନ କରାଯିବ। ଏନେଇ ଶୀର୍ଷ କୋର୍ଟଙ୍କ ପକ୍ଷରୁ ସଙ୍କେତ ଦିଆଯାଇଛି। କମିଟିର ଗଠନ ସମ୍ପର୍କିତ ଆଦେଶ ଆସନ୍ତା ସପ୍ତାହରେ ଆସିବାର ସମ୍ଭାବନା ରହିଛି। କେତେକ ବିଶେଷଜ୍ଞ ବ୍ୟକ୍ତିଗତ କାରଣରୁ କମିଟିରେ ସାମିଲ ହେବାକୁ ଚାହୁଁ ନ ଥିବାରୁ ଆଦେଶ ଜାରି ପ୍ରକିୟା ବିଳମ୍ବ ହେଉଥିବା ପ୍ରଧାନ ବିଚାରପତି ଏନ୍‌.ଭି. ରମନା କହିଛନ୍ତି।

ପେଗାସସ୍‌ ଗୁପ୍ତଚରୀ ମାମଲାରେ ସେପ୍ଟେମ୍ବର ୧୩ରେ ସବୋର୍ଚ୍ଚ ନ୍ୟାୟାଳୟ ଆଦେଶ ସଂରକ୍ଷିତ ରଖିଥିଲେ। ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଶେଷଜ୍ଞମାନଙ୍କର ଏକ ନିରପେକ୍ଷ କମିଟି ଗଠନ ଲାଗି ପ୍ରସ୍ତାବ ଦିଆଯାଇଥିଲା। କମିଟି କୋର୍ଟର ତଦାରଖ ଦ୍ୱାରା କାର୍ଯ୍ୟ କରି ରିପୋର୍ଟ ପ୍ରଦାନ କରିବେ।

ତେବେ ଆବେଦନକାରୀଙ୍କ ପକ୍ଷରୁ ଏହାର ବିରୋଧ କରାଯାଇଥିଲା। ଆବେଦନକାରୀ କୋର୍ଟ କମିଟି ଗଠନ କରୁନ୍ତୁ ବୋଲି ଦାବି କରିଥିଲେ। ଆଇନଜୀବୀ ସି.ୟୁ .ସିଂ କହିଛନ୍ତି ଯେ, କୋର୍ଟ କମିଟି ଗଠନ ଉପରେ ଚିନ୍ତା କରୁଛନ୍ତି। ମାମଲାର ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିସ୍ତୃତ ସତ୍ୟପାଠ ଦାଖଲ କରିବାକୁ ମନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri