Posted inଜାତୀୟ

ଆଇପିଏସ୍‌ ରାଜୀବ କୁମାରଙ୍କୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୧୭।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟତର ଥିବା ତଥା କୋଲକତା ପୋଲିସର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କୁ ଶକ୍ତ ଧକ୍କା ଲାଗିଛି। ସାରଦା ଚିଟଫଣ୍ଡ ଘୋଟାଲା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଦ୍ୱାରା ରାଜୀବଙ୍କ ଉପରେ ଥିବା ଗିରଫଦାରି ସୁରକ୍ଷା ପ୍ରତ୍ୟାହାର କରି ଉପଯୁକ୍ତ ଅଦାଲତରୁ ଆଗୁଆ ଜାମିନ ଆଣିବାକୁ ୭ ଦିନ ସମୟ ଦେଇଛନ୍ତି। ଶୀର୍ଷ ଅଦାଲତ କହିଛନ୍ତି ଯେ ରାଜୀବ କୁମାରଙ୍କୁ ଅସ୍ଥାୟୀ ସୁରକ୍ଷା ଦେଉଥିବା ଫେବୃୟାରୀ ୫ର ଆଦେଶ ଶୁକ୍ରବାର ଠାରୁ ୭ ଦିନ ଯାଏଁ ବଳବତ୍ତର ରହିବ। ସେ ସମୟ ମଧ୍ୟରେ ସେ ଉପଯୁକ୍ତ ଅଦାଲତକୁ ଯାଇ ଆଇନଗତ ପ୍ରତିକାର ପାଇଁ ବ୍ୟବସ୍ଥା କରିପାରିବେ। ନଚେତ୍‌ ୭ ଦିନ ପରେ ସିବିଆଇ ତାଙ୍କୁ ଗିରଫ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ବୋହୂ-ପୁଅ ସାବଧାନ! ବୃଦ୍ଧ ମା’-ବାପାଙ୍କୁ ହଇରାଣ କଲେ ହେବେ ସମ୍ପତ୍ତିରୁ ବେଦଖଲ, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ, ୧୯।୮: ବରିଷ୍ଠ ନାଗରିକଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ବୃଦ୍ଧଙ୍କ ଭରଣପୋଷଣ, ସୁରକ୍ଷା ଓ ସମ୍ମାନ ପାଇଁ…

ଡିସେମ୍ବର ପର୍ଯ୍ୟନ୍ତ ଏହି ୩ ରାଶି ଉପରେ ରାହୁ-କେତୁଙ୍କ ନଜର, ହୋଇପାରେ ବଡ଼ କ୍ଷତି!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ବୋଲି ମନେ କରାଯାଏ। ଯଦିଓ ଏମାନଙ୍କୁ ଛାୟା ଗ୍ରହ କୁହାଯାଏ, ତଥାପି ଜାତକଙ୍କ ଜୀବନରେ ଏହାର…

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍‌ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ…

ଛାତ୍ର ଆନ୍ଦୋଳନ ୨ ମାସ ପାଇଁ ସ୍ଥଗିତ, ସରକାରଙ୍କୁ ଦେଲେ ଅଲ୍ଟିମେଟମ୍‌

ନୂଆଦିଲ୍ଲୀ, ୧୯।୮: ରାଞ୍ଚିର ଜେପିଏସ୍‌ସି ଷ୍ଟାଡିୟମରେ ଜୁଲାଇ ୨୫ରୁ ଚାଲିଥିବା ଛାତ୍ର ଆନ୍ଦୋଳନକୁ ବର୍ତ୍ତମାନ ପାଇଁ ଦୁଇ ମାସ ସ୍ଥଗିତ ରଖାଯାଇଛି। ଆନ୍ଦୋଳନକାରୀ ଛାତ୍ରମାନେ ଝାଡ଼ଖଣ୍ଡ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri