Posted inଜାତୀୟ

ଚାଷୀ ଆନ୍ଦୋଳନ ନେଇ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌, ସବୁବେଳ ପାଇଁ ବନ୍ଦ କରିହେବନି ରାଜରାସ୍ତା…

ନୂଆଦିଲ୍ଲୀ,୩୦।୯: ଚାଷୀ ଆନ୍ଦୋଳନ ନେଇ ସୁପ୍ରିମ୍‌କୋର୍ଟ ତାଗିଦ୍‌ କରିଛନ୍ତି। ସବୁବେଳ ପାଇଁ ଅଥବା ଦୀର୍ଘ ସମୟ ଲାଗି ରାଜରାସ୍ତାକୁ ବନ୍ଦ କରାଯାଇ ପାରିବ ନାହିଁ ବୋଲି କହିଛନ୍ତି। ସ୍ଥାୟୀ ଭାବେ ରାଜରାସ୍ତା ବନ୍ଦ ରହିଥିଲେ ମଧ୍ୟ ସରକାର ଏହାକୁ ଖୋଳିବାରେ ଅସଫଳ ରହିଥିବାରୁ ଶୀର୍ଷକୋର୍ଟ କ୍ଷୋଭ ପ୍ରକାଶ କରିଛନ୍ତି। ପୂର୍ବରୁ ମଧ୍ୟ ରାଜରାସ୍ତା ଖୋଲିବା ଲାଗି କୋର୍ଟଙ୍କ ପକ୍ଷରୁ ସ୍ପଷ୍ଟ ନିର୍ଦ୍ଦେଶ ଜାରି ହୋଇଛି।

ତେବେ ଏହାକୁ ଲାଗୁ କରିବାରେ ସରକାର ଅସମର୍ଥ ହୋଇଥିବାକୁ କୋର୍ଟ ଏନେଇ ତାଗିଦ୍‌ କରିଛନ୍ତି। ଆନ୍ଦୋଳନକାରୀ ଚାଷୀ ସଂଗଠନ ନେତାଙ୍କୁ ପକ୍ଷଭୁକ୍ତ କରିବା ଲାଗି ଆବେଦନ କରିବାକୁ କୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଚାଷୀ ଆନ୍ଦୋଳନ ଯୋଗୁ ରାସ୍ତା ବନ୍ଦ ହେବାରୁ ସୃଷ୍ଟି ହେଉଥିବା ସମସ୍ୟା ନେଇ ନୋଏଡ଼ାର ମୋନିକା ଅଗ୍ରଓ୍ବାଲ ଚଳିତ ବର୍ଷ ମାର୍ଚ୍ଚରେ ଏକ ପିଟିଶନ୍‌ ଦାଖଲ କରିଥିଲେ। ତେବେ ଗତ ୬ ମାସ ଧରି ପକ୍ଷଭୁକ୍ତ ହୋଇଥିବା ହରିୟାଣା ଏବଂ ଉତ୍ତରପ୍ରଦେଶ ସରକାର ଲଗାତାର ସମାନ ବୟାନ ଦେବା ଜାରି ରଖିଛନ୍ତି। ଉଭୟ ରାଜ୍ୟ ସରକାର ଚାଷୀଙ୍କୁ ବୁଝାସୁଝା କରାଯାଇ ସଡ଼କରୁ ହଟାଇବାର ଉଦ୍ୟମ ହେଉଥିବା କହି ଆସୁଛନ୍ତି।

ମାତ୍ର ଏହାର କୌଣସି ସୁଫଳ ମିଳୁ ନ ଥିବାରୁ ସର୍ବୋଚ୍ଚ ଅଦାଲତ କଠୋର ମନୋଭାବ ପୋଷଣ କରିଛନ୍ତି। ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ସରକାରଙ୍କ ପକ୍ଷ ରଖିଥିଲେ। ବିଚାରପତି ସଞ୍ଜୟ ମିଶନ କୌଲ ଏବଂ ଏମ୍‌.ଏମ୍‌, ସୁନ୍ଦରେଶଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, କୋର୍ଟ ବାରମ୍ବାର ଗୋଟିଏ ନିର୍ଦ୍ଦେଶକୁ ଦୋହରାଇ ପାରିବେ ନାହିଁ। ଏନେଇ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଉଚିତ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ୪ ଅକ୍ଟୋବରରେ କରାଯିବ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri