Posted inଜାତୀୟ

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନ ଉପରେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ, ଜଷ୍ଟିସ ଜୟମାଲ୍ୟ ବାଗଚୀ ଏବଂ ଜଷ୍ଟିସ ଭି ମୋହନାଙ୍କ ଖଣ୍ଡପୀଠ ଶୁଣାଣି ବେଳେ କହିଛନ୍ତି, ଶାନ୍ତିପୂର୍ଣ୍ଣ ଓ ଆଇନସମ୍ମତ ପ୍ରତିବାଦ କରିବା  ସମ୍ବିଧାନିକ ସମ୍ବିଧାନ ଅଧିକାର। କେବଳ ଆନ୍ଦୋଳନ ହେଉଛି ବୋଲି ଲାଠିଚାର୍ଜକୁ ଯଥାର୍ଥ କୁହାଯାଇପାରିବ ନାହିଁ। ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ହୋଇଥିବା ଛାତ୍ର ଆନ୍ଦୋଳନ ସମୟରେ ପୋଲିସ ବଳପ୍ରୟୋଗ କରିଥିବା ସୁପ୍ରିମକୋର୍ଟରେ ଆବେଦନକାରୀମାନେ ଅଭିଯୋଗ କରିଥିଲେ।

ଏହାର ଶୁଣାଣି ବେଳେ ସିଜେଆଇ କହିଛନ୍ତି, ଯଦି କୌଣସି ପ୍ରତିବାଦ ଶାନ୍ତିପୂର୍ଣ୍ଣ ଏବଂ ଆଇନସମ୍ମତ ଭାବେ ହେଉଛି, ତେବେ କେବଳ ଆନ୍ଦୋଳନ ଚାଲିଛି ବୋଲି ପୋଲିସ ଲାଠିଚାର୍ଜ କରିପାରିବ ନାହିଁ। ଯଦି କେଉଁଠି ପୋଲିସ ପକ୍ଷରୁ ମାତ୍ରାଧିକ ବଳପ୍ରୟୋଗ ହୋଇଥାଏ, ତାହାର ସ୍ବାଧୀନ ଭାବେ ତଦନ୍ତ ହେବା ଆବଶ୍ୟକ। ଏହା କେବଳ ଦିଲ୍ଲୀର ପ୍ରସଙ୍ଗ ନୁହେଁ, ସାରା ଦେଶରେ ପ୍ରଦର୍ଶନ ପରିଚାଳନା ପାଇଁ ସମାନ ପୋଲିସ ପ୍ରୋଟୋକଲ ରହିବା ଦରକାର ବୋଲି ମଧ୍ୟ ସେ କହିଛନ୍ତି।

ବିଚାରପତି ଜୟମାଲ୍ୟ ବାଗଚୀ କହିଛନ୍ତି, ପୋଲିସ କର୍ମଚାରୀ ହୁଅନ୍ତୁ କିମ୍ବା ପ୍ରଦର୍ଶନକାରୀ, ଯେକୌଣସି ବ୍ୟକ୍ତି ଆହତ ହେବା ସମାନ ଚିନ୍ତାର ବିଷୟ। ପ୍ରଦର୍ଶନ ପରିଚାଳନା ପାଇଁ ପୋଲିସଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ସାମଗ୍ରୀ ଏବଂ ହେଲମେଟ କାହିଁକି ଦିଆଯାଇ ନ ଥିଲା, ସେନେଇ ମଧ୍ୟ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରାଯାଇପାରେ ବୋଲି ସେ ମତ ଦେଇଛନ୍ତି। ଅନ୍ୟପକ୍ଷେ ସୁପ୍ରିମକୋର୍ଟ ସମସ୍ତ ଆବେଦନକୁ ଏକାଠି ଶୁଣାଣି କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?