ଶିକ୍ଷକ ନିଯୁକ୍ତି ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ବୟାନ, କହିଲେ ସମସ୍ତଙ୍କ ଚାକିରି…

ନୂଆଦିଲ୍ଲୀ/କୋଲକାତା,୩ା୪: ସୁପ୍ରିମକୋର୍ଟ ପଶ୍ଚିମବଙ୍ଗର ୨୫ ହଜାରରୁ ଅଧିକ ଶିକ୍ଷକ/ସ୍କୁଲ କର୍ମଚାରୀଙ୍କ ଚାକିରି ରଦ୍ଦ କରିଛନ୍ତି। ମୁଖ୍ୟ ବିଚାରପତି ସଞ୍ଜୀବ ଖାନ୍ନା ଏବଂ ବିଚାରପତି ସଞ୍ଜୟ କୁମାରଙ୍କ ଖଣ୍ଡପୀଠ ଏହି ପ୍ରସଙ୍ଗରେ ଗତ ବର୍ଷର ହାଇକୋର୍ଟଙ୍କ ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟର ନିର୍ଦ୍ଦେଶ ବିରୋଧରେ ପଶ୍ଚିମବଙ୍ଗ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହା ବ୍ୟତୀତ ଏହି ପ୍ରସଙ୍ଗରେ ୧୨୦ ରୁ ଅଧିକ ଆବେଦନ ଦାଖଲ ହୋଇଥିଲା।

ଏପ୍ରିଲ ୨୦୨୪ରେ ଦିଆଯାଇଥିବା ନିଷ୍ପତ୍ତିରେ, ହାଇକୋର୍ଟ ସମସ୍ତ ଚାକିରି ବାତିଲ କରିବା ସହିତ ଏହି ଲୋକଙ୍କଠାରୁ ସୁଧ ସହିତ ପୂର୍ଣ୍ଣ ଦରମା ଆଦାୟ କରିବାକୁ ମଧ୍ୟ କହିଥିଲେ। ତଥାପି ସୁପ୍ରିମକୋର୍ଟ କହିଛନ୍ତି, ଯେଉଁମାନେ କାମ କରୁଥିଲେ ସେମାନଙ୍କୁ ସେମାନଙ୍କର ଦରମା ଫେରାଇବା ଆବଶ୍ୟକ ନାହିଁ। ସୁପ୍ରିମକୋର୍ଟ କହିଛନ୍ତି ଯେ, ୨୦୧୬ରେ ସମ୍ପୂର୍ଣ୍ଣ ନିଯୁକ୍ତି ପ୍ରକ୍ରିୟା ହେରଫେର ଏବଂ ଠକେଇରେ ପରିପୂର୍ଣ୍ଣ ଥିଲା।

୨୦୧୬ରେ, ରାଜ୍ୟ ସ୍କୁଲ ସେବା ଆୟୋଗ ମାଧ୍ୟମରେ ନିଯୁକ୍ତି ପାଇଁ ୨୩ ଲକ୍ଷରୁ ଅଧିକ ଲୋକ ପରୀକ୍ଷା ଦେଇଥିଲେ। ୨୫ ହଜାରରୁ ଅଧିକ ନିଯୁକ୍ତିରେ ବଡ଼ ଧରଣର ଦୁର୍ନୀତି ହୋଇଥିବା ଅଭିଯୋଗ ଆସିଥିଲା। ଏବେ ସୁପ୍ରିମକୋର୍ଟ ନୂତନ ନିଯୁକ୍ତି ପ୍ରକ୍ରିୟାକୁ ୩ ମାସ ମଧ୍ୟରେ ସାରିବାକୁ କହିଛନ୍ତି। କୋର୍ଟ ଏହା ମଧ୍ୟ କହିଛନ୍ତି, ପୂର୍ବ ପ୍ରାଥଙ୍କୁ ନୂଆ ନିଯୁକ୍ତି ପ୍ରକ୍ରିୟାରେ କିଛି ରିହାତି ଦିଆଯାଇପାରିବ।

ସୁପ୍ରିମକୋର୍ଟ ତାଙ୍କ ନିଷ୍ପତ୍ତିରେ ମାନବିକତା ଦୃଷ୍ଟିରୁ ଜଣେ ଦିବ୍ୟାଙ୍ଗ କର୍ମଚାରୀଙ୍କୁ ଚାକିରି ଜାରି ରଖିବାକୁ ଅନୁମତି ଦେଇଛନ୍ତି। ନୂତନ ନିଯୁକ୍ତି ପ୍ରକ୍ରିୟାରେ ଅବଶିଷ୍ଟ ଦିବ୍ୟାଙ୍ଗ ପ୍ରାର୍ଥୀମାନଙ୍କୁ କିଛି ରିହାତି ଦେବାକୁ କୁହାଯାଇଛି। ସମଗ୍ର ଦୁର୍ନୀତିର ସିବିଆଇ ତଦନ୍ତକୁ ମଧ୍ୟ ହାଇକୋର୍ଟ ଚ୍ୟାଲେଞ୍ଜ କରିଥିଲେ। ସୁପ୍ରିମକୋର୍ଟ ୪ ଏପ୍ରିଲରେ ଏହି ଦିଗ ଉପରେ ଶୁଣାଣି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri