Posted inଜାତୀୟ

ମହିଳା ଟ୍ରେନି ଡାକ୍ତର ବଳାତ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ପଦକ୍ଷେପ, କହିଲେ ପୀଡ଼ିତାଙ୍କ ସମସ୍ତ…

ନୂଆଦିଲ୍ଲୀ/କୋଲକାତା,୯ା୯: ପଶ୍ଚିବମଙ୍ଗ ଆର୍‌ଜି କର ମେଡିକାଲ କଲେଜର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ଆଜି ଅର୍ଥାତ୍‌ ୯ ତାରିଖରେ ମାସେ ପୂରିଛି। ଏନେଇ ଆଜି ସୁପ୍ରିମକୋର୍ଟ୍‌ରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିଛି ସିବିଆଇ। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ ଜେ.ବି ପାର୍ଡିଓ୍ବାଲା ଏବଂ ମନୋଜ ମିଶ୍ରା ମାମଲାର ଶୁଣାଣି କରିଥିଲେ।

ତେବେ ସିବିଆଇକୁ ଆଉ ସପ୍ତାହେ ପାଇଁ ସମୟ ଦେଇଛନ୍ତି ମାନ୍ୟବର କୋର୍ଟ। ଆଉ ଏକ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବାକୁ କୋର୍ଟ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ହସ୍ପିଟାଲ ପରିସରରେ ମୁତୟନ ହୋଇଥିବା ସିଆଇଏସ୍‌ଏଫ୍‌ଙ୍କୁ ରହିବା ପାଇଁ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପଶ୍ଚିମବଙ୍ଗ ଗୃହ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଆଜି ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପୀଡ଼ିତାଙ୍କ ସମସ୍ତ ଫଟୋ ସୋସିଆଲ ମିଡିଆରୁ ହଟାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଅଗଷ୍ଟ ୨୨ରେ ସୁପ୍ରିମକୋର୍ଟ ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ବଳାତ୍କାର ଓ ହତ୍ୟା କରାଯାଇଥିବା ଜଣେ ତାଲିମପ୍ରାପ୍ତ ମହିଳା ଡାକ୍ତରଙ୍କ ଅସ୍ବାଭାବିକ ମୃତ୍ୟୁ ପଞ୍ଜୀକରଣ କରିବାରେ କୋଲକାତା ପୋଲିସର ବିଳମ୍ବକୁ ଅତ୍ୟନ୍ତ ବିବ୍ରତ ବୋଲି କହିଥିଲେ।

ସୂଚନାଯୋଗ୍ୟ, ଅଗଷ୍ଟ ୯ରେ କୋଲକାତାର ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲ ଭିତରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିଲା। ଏହି ଅପରାଧ ପାଇଁ ପୋଲିସ ସଞ୍ଜୟ ରାୟ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?