Posted inଜାତୀୟ

ମୁମ୍ବାଇ ଟ୍ରେନ୍‌ ବିସ୍ଫୋରଣ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ସମସ୍ତ ୧୨ ଅଭିଯୁକ୍ତଙ୍କୁ…

ନୂଆଦିଲ୍ଲୀ,୨୪ା୭: ୨୦୦୬ ମୁମ୍ବାଇ ଟ୍ରେନ୍‌ ବିସ୍ଫୋରଣ ମାମଲାରେ ୧୨ ଅଭିଯୁକ୍ତଙ୍କ ଦୋଷମୁକ୍ତ ରାୟ ଉପରେ  ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ଗୁରୁବାର ବମ୍ବେ ହାଇକୋର୍ଟର ନିଷ୍ପତ୍ତି ବିରୋଧରେ ମହାରାଷ୍ଟ୍ର ସରକାରଙ୍କ ଦ୍ୱାରା ଦାୟର ଆବେଦନର ଶୁଣାଣି କରିଥିଲେ ସୁପ୍ରିମକୋର୍ଟ।

ବାର୍‌ ଏବଂ ବେଞ୍ଚ ରିପୋର୍ଟ ଅନୁଯାୟୀ, ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ବମ୍ବେ ହାଇକୋର୍ଟର ନିଷ୍ପତ୍ତି ପରେ ନିର୍ଦ୍ଦୋଷ ପାଇଥିବା ସମସ୍ତ ୧୨ ଅଭିଯୁକ୍ତଙ୍କୁ ଆଉ ଗିରଫ କରାଯିବ ନାହିଁ। କୋର୍ଟ ଏହା ମଧ୍ୟ କହିଛନ୍ତି ଯେ, ଏହା ଅନ୍ୟ MACOCA ମାମଲା ଉପରେ କୌଣସି ପ୍ରଭାବ ପକାଇବ ନାହିଁ।

ବିଚାରପତି ଏମ୍‌.ଏମ୍‌. ସୁନ୍ଦରେଶ ଏବଂ ବିଚାରପତି ଏନ. କୋଟିଶ୍ୱର ସିଂହଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରୁଥିଲେ। ଏହି ମାମଲା ୨୦୦୬ର, ଯେତେବେଳେ ମୁମ୍ବାଇ ଲୋକାଲ ଟ୍ରେନରେ ସିରିଜ ବିସ୍ଫୋରଣରେ ୧୮୦ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ ଏବଂ ୮୦୦ ରୁ ଅଧିକ ଆହତ ହୋଇଥିଲେ।

ବମ୍ବେ ହାଇକୋର୍ଟ ଜୁଲାଇ ୨୧ରେ ଏହି ମାମଲାରେ ସମସ୍ତ ୧୨ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରି କହିଥିଲେ ଯେ, ସରକାରୀ ଓକିଲ ଅପରାଧ ପ୍ରମାଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି।

ହାଇକୋର୍ଟର ବିଚାରପତି ଜଷ୍ଟିସ ଅନିଲ କିଲୋର ଏବଂ ଜଷ୍ଟିସ ଶ୍ୟାମ ଚଣ୍ଡକ କହିଥିଲେ ଯେ, ଅପରାଧରେ ବ୍ୟବହୃତ ବୋମାଗୁଡ଼ିକର ପ୍ରକାରକୁ ମଧ୍ୟ ରେକର୍ଡରେ ଆଣିବାରେ ବିଫଳ ହୋଇଛନ୍ତି ଏବଂ ସେମାନଙ୍କ ଦ୍ୱାରା ନିର୍ଭର କରାଯାଇଥିବା ପ୍ରମାଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ଚୂଡ଼ାନ୍ତ ନୁହେଁ।

୨୦୧୫ରେ ମହାରାଷ୍ଟ୍ର ସଂଗଠିତ ଅପରାଧ ନିୟନ୍ତ୍ରଣ ଆଇନ (ମାକୋକା) ଅଧୀନରେ ଏକ ଦୀର୍ଘଦିନର ବିଚାର ପରେ ଏକ ସ୍ବତନ୍ତ୍ର କୋର୍ଟ ୫ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁଦଣ୍ଡ ଏବଂ ୭ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। କମଲ ଅନସାରୀ, ମହମ୍ମଦ ଫୈଜଲ ଆତୁର ରେହମାନ ଶେଖ୍‌, ଏହତେଶାମ କୁତୁବୁଦ୍ଦିନ ସିଦ୍ଦିକି, ନାଭିଦ ହୁସେନ୍‌ ଖାନ୍‌ ଏବଂ ଆସିଫ ଖାନ୍‌ଙ୍କୁ ବୋମା ଖଞ୍ଜିବା ପାଇଁ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ୨୦୨୧ରେ ନାଗପୁର ଜେଲରେ କମଲ ଅନସାରୀଙ୍କର କରୋନାରେ ମୃତ୍ୟୁ ହୋଇଥିଲା।

ଆଜୀବନ କାରାଦଣ୍ଡ ପାଇଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ତନବୀର ଅହମ୍ମଦ ଅନସାରୀ, ମହମ୍ମଦ ମାଜିଦ ଶଫି, ଶେଖ ମହମ୍ମଦ ଅଲ୍ଲୀ ଆଲମ, ମହମ୍ମଦ ସାଜିଦ ମାର୍ଗୁବ ଅନସାରୀ, ମୁଜାମ୍ମିଲ ଆତାଉର ରହମାନ ଶେଖ, ସୁହେଲ ମେହମୁଦ ଶେଖ ଏବଂ ଜମିର ଅହମ୍ମଦ ଲତିଫୁର ରହମାନ ଶେଖ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?