Posted inଜାତୀୟ

ମନ୍ଦିର ଶପିଂ କମ୍ପ୍ଲେକ୍ସ୍‌ ନିଲାମୀ ପ୍ରକ୍ରିୟାରେ ସବୁଧର୍ମର ଲୋକଙ୍କୁ ସାମିଲ କରାଯାଉ, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

କୁରନୁଲ୍‌, ୧୮।୧୨: ଆନ୍ଧ୍ରପ୍ରଦେଶର କୁରନୁଲ୍‌ରେ ଥିବା ଶ୍ରୀ ବ୍ରମରମମ୍ବା ମଲ୍ଲକାର୍ଜୁନ ସ୍ବାମୀ ମନ୍ଦିରର ଶପିଂ କମ୍ପ୍ଲେକ୍ସ୍‌ ଲିଜ୍‌ ନିଲାମୀ ପ୍ରକ୍ରିୟାରେ ସବୁଧର୍ମର ଲୋକଙ୍କୁ ସାମିଲ୍‌ କରିବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଶୀର୍ଷ କୋର୍ଟ କହିଛନ୍ତି ଯେ, କେବଳ ଧର୍ମର ଆଧାରରେ କୌଣସି ବ୍ୟକ୍ତି ବିଶେଷଙ୍କୁ ନିଲାମୀ ପ୍ରକ୍ରିୟାରୁ ଦୂରେଇ ରଖି ହେବ ନାହିଁ। ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ଼ ଏବଂ ଏ.ଏସ୍‌.ବୋପନ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି ରାୟ ପ୍ରଦାନ କରିଛନ୍ତି।

୨୦୨୦ରେ ସର୍ବୋଚ୍ଚ ଅଦାଲତ ଆନ୍ଧ୍ରପ୍ରଦେଶ ହାଇକୋର୍ଟଙ୍କର ୨୦୧୯ ସେପ୍ଟେମ୍ବର ରାୟ ଉପରେ ରୋକ ଲଗାଇ ଦେଇଥିଲେ। ଏଥିରେ ୨୦୧୫ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ ଆଧାରରେ ଅଣ-ହିନ୍ଦୁଙ୍କୁ ଏହି ନିଲାମୀ ପ୍ରକ୍ରିୟାରେ ସାମିଲ କରା ନ ଯିବା ନେଇ ଅନୁଚ୍ଛେଦ ୧୪ ଏବଂ ୧୫କୁ ଉଲ୍ଲଂଘନ ହେଉଥିବା ଲାଗି କରାଯାଇଥିବା ଏକ ରିଟ୍‌ ପିଟିଶନକୁ ଖାରଜ କରି ଦିଆଯାଇଥିଲା। ଏହା ସହିତ ଲିଜ୍‌ ଏବଂ ଲାଇସେନ୍ସ୍‌ ନିୟମ ୨୦୦୩ରେ ନିୟମ ୪(୨) ଏବଂ ୧୮କୁ ସାମିଲ୍‌ କରାଯାଇଥିଲା।

ଏହାକୁ ନେଇ ଆବେଦନକାରୀ ସୈୟନ ଜାନି ବାଶାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗର ମୁଖ୍ୟ ବନ୍ଦୋବସ୍ତ ସଚିବ ଏବଂ ଶ୍ରୀ ବ୍ରମରମମ୍ବା ମଲ୍ଲକାର୍ଜୁନ ସ୍ବାମୀ ମନ୍ଦିରର କାର୍ଯ୍ୟକାରୀ ଅଧିକାରୀଙ୍କ ବିରୋଧରେ ଅଦାଲତ ଅବମାନନା କରୁଥିବା ନେଇ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri