Posted inଜାତୀୟ

ଜ୍ଞାନବାପି ସର୍ଭେକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୫ା୮: ସପ୍ତଦଶ ଶତାବ୍ଦୀରେ ଜ୍ଞାନବାପି ମସ୍‌ଜିଦ ନିର୍ମାଣ ପୂର୍ବରୁ ସେଠାରେ ମନ୍ଦିର ଥିଲା କି ନାହିଁ, ତାହା ନିଶ୍ଚିତ କରିବା ପାଇଁ ମସ୍‌ଜିଦ ପରିସରରେ ବିଜ୍ଞାନସମ୍ମତ ସର୍ଭେ କରିବାକୁ ଆଲ୍ଲାହାବାଦ ହାଇକୋର୍ଟ ରାୟ ଦେଇଥିଲେ। ଏହା ଉପରେ ସ୍ଥଗିତାଦେଶ ଲଗାଇବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ତେବେ ସର୍ଭେ ସମୟରେ ମସ୍‌ଜିଦ ପରିସରରେ ଯେପରି କୌଣସି କ୍ଷତି ନ ହୁଏ, ତାହା ଦେଖିବା ପାଇଁ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ଜେ.ବି. ପର୍‌ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ଖଣ୍ଡପୀଠ ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ନିର୍ଦ୍ଦେଶ ଦେଇଛନ୍ତି। ସର୍ଭେ ବେଳେ କୌଣସି ଖନନ କିମ୍ବା ମସ୍‌ଜିଦ ଢାଞ୍ଚା ପ୍ରତି କ୍ଷତି ପହଞ୍ଚତ୍ବା ଭଳି କିଛି କାର୍ଯ୍ୟ କରାଯିବ ନାହିଁ ବୋଲି ଏଏସ୍‌ଆଇ ଏବଂ ଉତ୍ତରପ୍ରଦେଶ ସରକାରଙ୍କ ତରଫରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଅଦାଲତଙ୍କୁ କହିଥିଲେ। ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ମୁସଲମାନ ପକ୍ଷ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବାରାଣସୀ ଜିଲା କୋର୍ଟ ଜୁଲାଇ ୨୧ରେ ମସ୍‌ଜିଦ ପରିସରରେ ଏଏସ୍‌ଆଇ ସର୍ଭେ ପାଇଁ ନିର୍ଦ୍ଦେଶ ଦେବା ସହ ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କହିଥିଲେ। ଜିଲା କୋର୍ଟ ରାୟକୁ ମସ୍‌ଜିଦ କମିଟି ଆଲ୍ଲାହାବାଦ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। କମିଟିର ଆବେଦନକୁ ହାଇକୋର୍ଟ ଗୁରୁବାର ଅଗ୍ରାହ୍ୟ କରିଦେବା ସହ ସର୍ଭେ ପାଇଁ ଅନୁମତି ପ୍ରଦାନ କରିଥିଲେ। ଶେଷରେ କମିଟି ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇଥିଲେ। ସର୍ଭେ ଦ୍ୱାରା ଅତୀତର କ୍ଷତ ପୁଣିଥରେ ଖୋଲିବ ବୋଲି ଅଞ୍ଜୁମନ ଇନ୍ତେଜାମିଆ ମସ୍‌ଜିଦ କମିଟି କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri