Posted inଜାତୀୟ

କାହିଁକି ଆଶିଷଙ୍କ ଜାମିନ ଖାରଜ ନହେବ, ଉତ୍ତରପ୍ରଦେଶ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ, ୧୬।୩ : ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ହିଂସା ମାମଲାରେ କେନ୍ଦ୍ରୀୟ ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ବିରୋଧରେ ପୀଡ଼ିତ ଚାଷୀ ପରିବାରଙ୍କ ପକ୍ଷରୁ ସୁପ୍ରିମକୋର୍ଟ ଏକ ଆବେଦନ କରାଯାଇଛି। ଏହାର ଶୁଣାଣି କରି ପ୍ରଧାନ ବିଚାରପତି ଏନ୍‌.ଭି. ରମନା, ସୂର୍ଯ୍ୟକାନ୍ତ ଏବଂ ହିମା ଖୋଲିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କାହିଁକି ଅଭିଯୁକ୍ତ ଆଶିଷଙ୍କ ଜାମିନ ଖାରଜ ହେବ ନାହିଁ ବୋଲି ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରିଛନ୍ତି।

ସରକାର ଅଭିଯୁକ୍ତଙ୍କୁ ସୁରକ୍ଷା ଦେଉଥିବା କୋର୍ଟ କହିଛନ୍ତି।ଏହା ବ୍ୟତୀତ ଏହି ମାମଲାରେ ସାକ୍ଷୀଙ୍କ ସୁରକ୍ଷା ନିଶ୍ଚିତ କରିବାକୁ କୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହୋଲି ଛୁଟି ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ କହିଛନ୍ତି। ଅପରାଧର ଗୁରୁତ୍ତ୍ୱକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ନିର୍ଦ୍ଦେଶ ଭୁଲ ବୋଲି ଆବେଦନକାରୀଙ୍କ ଆଇନଜୀବୀ ପ୍ରଶାନ୍ତ ଭୂଷଣ କହିଛନ୍ତି।

କୋର୍ଟରେ ଶୁଣାଣି ପୂର୍ବରୁ ସାକ୍ଷୀଙ୍କୁ ଆକ୍ରମଣ କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଏହି ମାମଲାରେ ଚାରିଜଣ ଚାଷୀ ଏବଂ ଅନ୍ୟ ଚାରି ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଦୁଇଜଣ ଭାଜପା କର୍ମୀ, ଜଣେ ଡ୍ରାଇଭର ଏବଂ ଜଣେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧି ସାମିଲ ହୋଇଥିଲେ। ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ସମୟରେ ଅଭିଯୁକ୍ତ ଆଶିଷ ଜାମିନ ପାଇଛନ୍ତି। ଏହାପୂର୍ବରୁ ଯେତେବେଳେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ ଏସଆଇଟି ତଦନ୍ତ ହସ୍ତାନ୍ତର ପରେ ଆଶିଷଙ୍କୁ ଗିରଫ କରାଯାଇଥିଲା।

ଅଭିଯୋଗ ହୋଇଛି ଯେ ଯେଉଁ ଗାଡି ଚାଷୀମାନଙ୍କୁ ଧକ୍କା ଦେଇଥିଲା ତାହା ଆଶିଷଙ୍କ ଗାଡି ଥିଲା। ଆଶିଷଙ୍କ ଜାମିନ ବିରୋଧରେ ଫେବୃଆରୀ ୧୦ ରେ ପୀଡ଼ିତ ଚାଷୀ ପରିବାର ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଶିଟନ୍‌ ଦାଖଲ କରିଥିଲେ।

ହାଇକୋର୍ଟ କହିଛନ୍ତି ଯେ ଏହା ମଧ୍ୟ ସମ୍ଭବ ଯେ ଡ୍ରାଇଭର ପ୍ରଦର୍ଶନକାରୀଙ୍କଠାରୁ ନିଜକୁ ବଞ୍ଚାଇବା ପାଇଁ ଗାଡିକୁ ତୀବ୍ର ବେଗରେ ଚଳାଇଥିଲେ ଏବଂ ଦୁର୍ଘଟଣା ଘଟିଥାଇପାରେ। ତେବେ ମୃତ ଚାଷୀଙ୍କ ପରିବାର ଏହି ସମ୍ଭାବନାକୁ ଏଡ଼ାଇ ଦେଉଛନ୍ତି। ଏହି ମାମଲାରେ ଉତ୍ତରପ୍ରଦେଶର ଏସଆଇଟି ପାଞ୍ଚ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri