ମହାମାରୀରେ କାଉଡ଼ି ଯାତ୍ରା, ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଜବାବ ତଲବ…

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଶ୍ରାବଣ ମାସରେ ପ୍ରଭୁ ଶ୍ରୀମହାଦେବଙ୍କ ଉଦ୍ଦେଶ୍ୟରେ ହେଉଥିବା କାଉଡ଼ି ଯାତ୍ରାକୁ ଅନୁମତି ଦେଇଛନ୍ତି। ଏହା ବିରୋଧରେ ସୁପ୍ରିମ୍‌କୋର୍ଟରେ ଆବେଦନ କରାଯାଇଛି। ଏହି ଆବେଦନର ବିଚାରକରି ସର୍ବୋଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଯୋଗୀ ସରକାରଙ୍କୁ ଜବାବ ତଲବ କରାଯାଇଛି। କାଉଡ଼ି ଯାତ୍ରା ଜୁଲାଇ ୨୫ରୁ ଆରମ୍ଭ ହୋଇ ଅଗଷ୍ଟ ୬ରେ ଶେଷ ହେବ। କରୋନା ମାର୍ଗଦର୍ଶିକା ପାଳନ କରି କମ୍‌ ସଂଖ୍ୟକ କାଉଡ଼ିଆଙ୍କ ଦ୍ୱାରା କାଉଡ଼ି ଯାତ୍ରା କରିବାକୁ ଯୋଗୀ ସରକାରୀ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସୁପ୍ରିମ୍‌କୋର୍ଟରେ ଏହି ମାମଲାର ବିଚାର କରୁଥିବା ବିଚାରପତି ଆର୍‌.ଏନ୍‌. ନରିମନଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଯୋଗୀ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଦେଶରେ କରୋନା ମହାମାରୀର ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହିତ ଭିଡ଼ରୁ ଦୂରେଇ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ମାର୍ଗଦର୍ଶିକା ସର୍ତ୍ତେ କାଉଡ଼ି ଯାତ୍ରା ସୁରକ୍ଷା ଦୃଷ୍ଟିରୁ କେତେ ଦୂର ଯୁକ୍ତିଯୁକ୍ତ ତାହା ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୬ରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri