Posted inଜାତୀୟ

ୟୁଟ୍ୟୁବରେ ବ୍ୟାପୁଥିବା ଅଶ୍ଳୀଳତାକୁ ନେଇ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ: କେନ୍ଦ୍ର ସରକାରଙ୍କୁ କଲେ ଏମିତି ପ୍ରଶ୍ନ

ନୂଆଦିଲ୍ଲୀ,୧୮।୨: ଏକ ୟୁଟ୍ୟୁବ ଶୋ’ରେ ରଣବୀର ଆଲ୍ଲାହାବାଦିଆ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ୟୁଟ୍ୟୁବ ପ୍ଲାଟଫର୍ମରେ ପ୍ରସାରିତ ଅଶ୍ଳୀଳତା ସମ୍ପର୍କରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଶୁଣାଣି ସମୟରେ, ସୁପ୍ରିମକୋର୍ଟ କେନ୍ଦ୍ରକୁ ପଚାରିଥିଲେ ଯେ ସେ ୟୁଟ୍ୟୁବରେ ପ୍ରସାରିତ ଅଶ୍ଳୀଳ ବିଷୟବସ୍ତୁ ବିଷୟରେ କିଛି କରିବାକୁ ଚାହାଁନ୍ତି କି?
ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ ଡିଜିଟାଲ ପ୍ଲାଟଫର୍ମର ଅପବ୍ୟବହାର ଉପରେ ଚିନ୍ତା ପ୍ରକାଶ କରିଛନ୍ତି। ଜଷ୍ଟିସ ସୂର୍ଯ୍ୟକାନ୍ତ ଅତିରିକ୍ତ ସଲିସିଟର ଜେନେରାଲ (ଏଏସଜି) ଐଶ୍ୱର୍ଯ୍ୟା ଭାଟିକୁ କହିଥିଲେ, ଆମେ ଚାହୁଁଛୁ ଯେ ଆପଣ (ସରକାର) କିଛି କରନ୍ତୁ। ଯଦି ସରକାର କିଛି କରିବାକୁ ପ୍ରସ୍ତୁତ, ତେବେ ଆମେ ଖୁସି ହେବୁ। ନଚେତ୍‌ ଆମେ ଏହି ଖାଲି ଏବଂ ଶୁଷ୍କ ଅଞ୍ଚଳକୁ ଛାଡିବୁ ନାହିଁ ଯେପରି ତଥାକଥିତ ୟୁଟ୍ୟୁବ ଚ୍ୟାନେଲ ଏବଂ ୟୁଟ୍ୟୁବମାନେ ଏହାର ଅପବ୍ୟବହାର କରୁଛନ୍ତି।
କୋର୍ଟ ଏହି ମାମଲାରେ ଆଟର୍ଣ୍ଣି ଜେନେରାଲ ଆର.ଭେଙ୍କଟମଣୀ ଏବଂ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କଙ୍କଠାରୁ ମଧ୍ୟ ସହାୟତା ଲୋଡାଯାଇଛି। ଏହା ସହିତ ସୁପ୍ରିମକୋର୍ଟ କହିଛନ୍ତି, ଆମେ ଏହି ପ୍ରସଙ୍ଗର ଗୁରୁତ୍ୱ ଏବଂ ସମ୍ବେଦନଶୀଳତାକୁ ଅଣଦେଖା କରିବା ଉଚିତ୍‌ ନୁହେଁ।
କେନ୍ଦ୍ର ସମ୍ମୁଖରେ ସୁପ୍ରିମକୋର୍ଟଙ୍କ ଏହି ପ୍ରଶ୍ନ ଏପରି ଏକ ସମୟରେ ଆସିଛି ଯେତେବେଳେ କିଛି ଦିନ ପୂର୍ବରୁ ରିପୋର୍ଟ ଆସିଥିଲା ଯେ, ସୂଚନା ପ୍ରଯୁକ୍ତିବିଦ୍ୟା ସଂସଦୀୟ ସ୍ଥାୟୀ କମିଟି ଆଇନକୁ ସୁଦୃଢ଼ କରିବା ପାଇଁ କେନ୍ଦ୍ରକୁ ଏକ ଚିଠି ଲେଖିବାକୁ ବିଚାର କରୁଛି। ଯାହା ଦାରା ସରକାର ନିଶ୍ଚିତ କରିପାରିବେ ଯେ ରଣବୀର ଆଲ୍ଲାହାବାଦିଆଙ୍କ ଦ୍ୱାରା ୟୁଟ୍ୟୁବ୍‌ରେ କରାଯାଇଥିବା ଅଶାଳୀନ ମନ୍ତବ୍ୟକୁ ଗମ୍ଭୀରତାର ସହ ନିଆଯିବ। ଏପରି ଅପମାନଜନକ ମନ୍ତବ୍ୟ ଅନ୍ୟ କୌଣସି ୟୁଟ୍ୟୁବ୍‌ ଚ୍ୟାନେଲରେ ଦିଆଯାଇପାରିବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri