Posted inଜାତୀୟ

ଚାଷୀଙ୍କୁ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌, ବିରୋଧ କରିବା ଅଧିକାର, କିନ୍ତୁ ରାସ୍ତାକୁ ଦୀର୍ଘଦିନ ବନ୍ଦ କରି ହେବ ନାହିଁ…

ନୂଆଦିଲ୍ଲୀ,୨୧।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ ଜାରି ରହିଛି। ଏହାକୁ ନେଇ ସୁପ୍ରିମ୍‌କୋର୍ଟ ଗୁରୁବାର ଚାଷୀଙ୍କୁ ତାଗିଦ୍‌ କରିଛନ୍ତି। ସମ୍ବିଧାନ ଅନୁସାରେ ଗଣତନ୍ତ୍ରରେ ବିରୋଧ କରିବାର ଅଧିକାର ରହିଛି। ମାତ୍ର ଦୀର୍ଘ ଦିନ ଧରି ରାସ୍ତାକୁ ବନ୍ଦ ରଖାଯାଇ ପାରିବ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି।

ଏନେଇ କୋର୍ଟରେ ଜବାବ୍‌ ଦାଖଲ କରିବାକୁ ଚାଷୀ ସଂଗଠନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ବିଚାରପତି ସଞ୍ଜୟ କିଶନ କୌଲ ଏବଂ ଏମ୍‌.ଏମ୍‌. ସୁନ୍ଦ୍ରେଶଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି ନିର୍ଦ୍ଦେଶ ଜାରି କରିଛନ୍ତି। ଏନେଇ ୪୩ ଚାଷୀ ସଂଗଠନଙ୍କୁ ନୋଟିସ୍‌ ଜାରି ହୋଇଛି।

ଚାଷୀ ସଂଗଠନ ପକ୍ଷରୁ କୋର୍ଟରେ ଉପସ୍ଥିତ ଥିବା ଆଇଜନୀବୀ ଦୁଷ୍ମନ୍ତ ଡାଭେ ଯୁକ୍ତି ବାଢ଼ିଥିଲେ ଯେ ଚାଷୀଙ୍କ ଦ୍ୱାରା ରାସ୍ତା ଅବରୋଧ ହୋଇ ନାହିଁ। ଏହା ପୋଲିସଙ୍କ ଯୋଗୁ ହୋଇଛି। ଚାଷୀଙ୍କୁ ରାମଲୀଲା ମଇଦାନରେ ବିରୋଧ ପ୍ରଦର୍ଶନ କରିବାକୁ ଅନୁମତି ଦେଳେ ଏଭଳି ସ୍ଥିତି ଆଉ ରହିବ ନାହିଁ ବୋଲି ଦୁଷ୍ମନ୍ତ ଖଣ୍ଡପୀଠ ସମ୍ମୁଖରେ କହିଛନ୍ତି।
ଏହି ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୭ରେ ହେବ ବୋଲି କୋର୍ଟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri