Posted inଜାତୀୟ

ମନମୋହନ ସିଂଙ୍କ ଉପରେ ଦେଇଥିବା ବୟାନକୁ ନେଇ ଏବେ ବିବାଦରେ ଆସାମ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୪: ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ନେଇ ଦେଇଥିବା ବୟାନ ଏବେ ବିବାଦ ଘେରକୁ ଆସିଯାଇଛି। ସୂଚନାଯୋଗ୍ୟ, ହିମନ୍ତ ଏକ ସାକ୍ଷାତକାରରେ କହିଥିଲେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ମନମୋହନ ସିଂ ଆସାମର ଗାମୁଛା ବ୍ୟବହାର କରନ୍ତି ନାହିଁ। ଏହାକୁ ନେଇ କଂଗ୍ରେସ ନେତା ସୁପ୍ରିୟା ଶ୍ରୀନେତ କହିଛନ୍ତି, ମୁଖ୍ୟମନ୍ତ୍ରୀ ସରମାଙ୍କ ମାନସିକ ସ୍ବାସ୍ଥ୍ୟକୁ ନେଇ ସେ ଚିନ୍ତିତ। ସେ କହିଛନ୍ତି ବାରମ୍ବାର କଂଗ୍ରେସ ହିମନ୍ତଙ୍କୁ ଉପଦେଶ ଦେଉଛି କି ସେ ଜଣେ ଭଲ ଡାକ୍ତରଙ୍କୁ ପରାମର୍ଶ କରନ୍ତୁ।

ହିମନ୍ତ ବିଶ୍ୱ ସରମା କହିଥିଲେ ଜବାହରଲାଲ ନେହେରୁ ଏହି ଦେଶର ପ୍ରଧାନମନ୍ତ୍ରୀ ଥିଲେ ହେଲେ ସେ କେବେ ଆସାମର ଗାମଛା ବ୍ୟବହାର କରିଥିବା କେହି ଦେଖିନାହାନ୍ତି। ସେମିତି ମନମୋହନ ସିଂ ଯେକି ଆସାମର ଏମପି ଥିଲେ ହେଲେ କୌଣସି ଅଫିସିଆଲ ସମାରୋହରେ ସେ କେବେ ଆସାମର ଗାମଛା ବ୍ୟବହାର କରି ନ ଥିଲେ। ସେ ୧୮ ବର୍ଷ ପର୍ଯ୍ୟନ୍ତ ଆସାମର ଏମପି ରହିଲେ ହେଲେ ଯେଉଁଦିନ ଆପଣ ଶପଥ ନେଲେ ସେଦିନ ବି ଆପଣ ଆସାମର ଗାମଛା ବ୍ୟବହାର କରି ପାରି ଥାଆନ୍ତେ। ଆମକୁ ଖୁସ ଲାଗି ଥାଆନ୍ତ।
ହିମନ୍ତଙ୍କର ଏହି ବୟାନକୁ ନେଇ କଂଗ୍ରେସ ପକ୍ଷରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସିଛି। ପାର୍ଟିର ଷ୍ଟୁଡେଣ୍ଟ ଓ୍ବିଙ୍ଗ ନ୍ୟାଶନାଲ ଷ୍ଟୁଡେଣ୍ଟ ୟୁନିୟନ ଅଫ ଇଣ୍ଡିଆ(ଏନଏସୟୁଆଇ)ର ରାଷ୍ଟ୍ରୀୟ ମହାସଚିବ ଅନୁଶୋଷ ଶର୍ମା ଟୁଇଟ କରି ମନମୋହନ ସିଂଙ୍କ ଦୁଇଟି ଫଟୋ ଶେୟାର କରିଛନ୍ତି। ସେଥିରେ ମନମୋହନ ସିଂ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ସହ ନଜର ଆସିଛନ୍ତି। ଉଭୟ ଫଟୋରେ ମନମୋହନ ଆସାମ ଗାମଛା କାନ୍ଧରେ ପକାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri