Posted inଜାତୀୟ

ଅଧ୍ୟକ୍ଷ ପଦରୁ କାହିଁକି ଇସ୍ତଫା ଦେଇଥିଲେ ବାପା , ଖୁଲାସା କଲେ ଝିଅ

ମୁମ୍ବାଇ,୧୨।୧୦: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାରଙ୍କ ଝିଅ ତଥା ଏମ୍‌ପି ସୁପ୍ରିୟା ସୁଲେ ଗୁରୁବାର ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି, ଶରଦ ପାୱାରଙ୍କ ମେ’ରେ ଏନସିପି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାର କାରଣ ହେଉଛି ବହୁ ଦଳର ନେତାଙ୍କ ଭାଜପାରେ ଯୋଗଦେବା ପାଇଁ ଜିଦ୍‌। ଏନସିପିର କାର୍ଯ୍ୟକାରୀ ଅଧ୍ୟକ୍ଷ ସୁପ୍ରିୟା ସୁଲେ ଦାବି କରିଛନ୍ତି, ଶରଦ ପାୱାର କେବେ ଇସ୍ତଫା ଦେବାକୁ ଚାହୁଁ ନ ଥିଲେ। ନିକଟରେ ଅଜିତ ପାୱାର ଦଳର ନେତା ତଥା ମହାରାଷ୍ଟ୍ର ସରକାରର ମନ୍ତ୍ରୀ ଛଗନ ଭୁଜବଲ କହିଥିଲେ ଶରଦ ପାୱାର ଇସ୍ତଫା ଦେବେ ବୋଲି ଦଳ ନିଷ୍ପତ୍ତି ନେଇଛି।

ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ, ଛଗନ ଭୁଜବାଲ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଦେଇଥିବା ଏକ ସାକ୍ଷାତକାରରେ ଦାବି କରିଛନ୍ତି, ଶରଦ ପାୱାର ଭାଜପା ସହ ଯିବାକୁ ପ୍ରସ୍ତୁତ ନଥିଲେ। ଏଭଳି ପରିସ୍ଥିତିରେନିଷ୍ପତ୍ତି ନିଆଯାଇଛି ଯେ, ସେ ଇସ୍ତଫା ଦେବେ ଏବଂ ସୁପ୍ରିୟା ସୁଲେଙ୍କୁ ଦଳର ମୁଖ୍ୟ କରାଯିବ। ଏନସିପି ଭାଜପା ସହ ଏକ ମେଣ୍ଟ ଗଠନ କରି ସରକାରଙ୍କ ଏକ ଅଂଶ ହୋଇଯିବ। ସୁପ୍ରିୟା ସୁଲେ କହିଛନ୍ତି , ଶରଦ ପାୱାରଙ୍କୁ ଆଘାତ ହୋଇଥିବାରୁ ସେ ଇସ୍ତଫା ଦେଇଛନ୍ତି। ଦଳର ଅନେକ ନେତା ତାଙ୍କୁ ବାରମ୍ବାର ଭାଜପା ସହ ଯିବାକୁ କହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri