ତ୍ରାହି ଅଚ୍ୟୁତ ଆଶ୍ରମ ପ୍ରତିଷ୍ଠାତା ସୁର ବାବାଙ୍କ ପରଲୋକ

ବାଳକାଟୀ,୮।୧୨(ଡି.ଏନ୍‌.ଏ.);ବିବାଦୀୟ ବାବା ତଥା ରାଜଧାନୀ ଉପକଣ୍ଠ ଝିଣ୍ଟି ଶାସନସ୍ଥିତ ତ୍ରାହି ଅଚ୍ୟୁତ ଆଶ୍ରମର ପ୍ରତିଷ୍ଠାତା ସୁରେନ୍ଦ୍ର ମିଶ୍ର ଓରଫ୍‌ ସୁର ବାବାଙ୍କ ରବିବାର ରାତିରେ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ୭୯ ବର୍ଷ ବୟସରେ ଆଖି ବୁଜିଛନ୍ତି। ଅସୁସ୍ଥତା ଯୋଗୁ ପ୍ରାୟ ଏକମାସ ଧରି ସେ ଚିକିତ୍ସିତ ହେଉଥିଲେ। ମୃତ୍ୟୁର ଖବର ଶୁଣିବା ପରେ ଆଶ୍ରମ ଅନ୍ତେବାସୀଙ୍କ ସମେତ ଭକ୍ତଙ୍କ ମହଲରେ ଶୋକରଛାୟା ଖେଳିଯାଇଛି। ପରେ ତାଙ୍କ ମୃତଦେହକୁ ଆଶ୍ରମକୁ ଅଣାଯାଇ ବିଧି ମୁତାବକ ଏହା ପରିସରରେ ସମାଧି ଦିଆଯାଇଛି। ସମାଧିସ୍ଥଳରେ ୨ ପୁଅ ସମେତ ପରିବାରବର୍ଗ, ସମ୍ପର୍କୀୟ ଓ ଶତାଧିକ ଶ୍ରଦ୍ଧାଳୁ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ନିଜକୁ ଆତ୍ମଘୋଷିତ ଭଗବାନ ବୋଲି ଦାବି କରୁଥିବା ସୁର ବାବାଙ୍କୁ ୨୦୧୫ ଅଗଷ୍ଟ ୩୦ ରାତି ୨ଟାରେ କମିଶନରେଟ ପୋଲିସ ଆଶ୍ରମରୁ ଉଠାଇ ନେଇଥିଲା। ଆଶ୍ରମରେ ବିଭିନ୍ନ କେଳେଙ୍କାରୀ ଚାଲିଥିବା ନେଇ ସୂଚନା ମିଳିଥିଲା। ଜବରଦଖଲ, ଯୌନ ବ୍ୟଭିଚାର, ଗୁଣ୍ଡା ଗର୍ଦ୍ଦି ଏବଂ ହତ୍ୟା ଷଡ଼ଯନ୍ତ୍ର ଆଦି ଅଭିଯୋଗରେ ପୋଲିସ ଅଗଷ୍ଟ ୩୧ରେ ସୁର ବାବା ଓ ତାଙ୍କ ୨ ପୁଅଙ୍କୁ ପୋଲିସ ଗିରଫ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନେ ଜେଲ୍‌ ଯାଇଥିଲେ। ଚଢ଼ାଉବେଳେ ପୋଲିସ ଆଶ୍ରମରୁ ୨ ବନ୍ଧୁକ, ୩ ଗୁଳି ଓ ବହୁ କୋଟି ଟଙ୍କାର ସମ୍ପତ୍ତି ସହ ନଗଦ ଟଙ୍କା ଜବତ କରିଥିଲା। ସୁରଙ୍କ ଏହି କଳାକାରନାମାର ଚେର ଓଡ଼ିଶା ସମେତ ବାହାର ରାଜ୍ୟ ଓ ବିଦେଶକୁ ଲମ୍ବିତଥିବା ପୋଲିସ ସୁରାକ ପାଇଥିଲା। ପରବର୍ତ୍ତୀ ସମୟରେ ସୁର ବାବା ଓ ତାଙ୍କ ଦୁଇ ପୁଅଙ୍କ ନାମରେ ଥିବା ୧୫ କୋଟିର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜବତ କରିଥିଲା। ଗିରଫର ଅଢ଼େଇ ବର୍ଷପରେ ସୁର ବାବାଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିଥିଲା। ୨୦୧୭ ଡିସେମ୍ବର ୨ରେ ଜେଲରୁ ମୁକୁଳି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ଅମରପାଲି,୨୩।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଡ଼ ଗ୍ରାମର ଚାଷୀ ସପନ ପଧାନ (୫୯)ଙ୍କ କିଡ୍‌ନୀ ରୋଗରେ ମଙ୍ଗଳବାର ମୃତ୍ୟୁ ଘଟିଛି।…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri