ପୁଅ ପାଇଁ ଭୋଟ ମାଗୁଛନ୍ତି ସୁର ରାଉତରାୟ: ଭିଡିଓ ଭାଇରାଲ

ଭୁବନେଶ୍ୱର,୩ା୪(ଅନିଲ ଦାସ):କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କ ପାଇଁ ଭୋଟ ମାଗୁ ମାଗୁ ବିଜେଡି ପାଇଁ ପ୍ରଚାର କରିବା ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉତ୍ତର ଭୁବନେଶ୍ୱରରେ ଏକ କ୍ରିକେଟ ମ୍ୟାଚ୍‌ କାର୍ଯ୍ୟକ୍ରମରେ ସେ ଯୋଗଦେଇଥିଲେ। ସେଠାରେ ସ୍ଥାନୀୟ ବିଜେଡି ବିଧାୟକ ସୁଶାନ୍ତ ରାଉତ ମଧ୍ୟ ଉପସ୍ଥିତ ଥିଲେ। ସୁର ଭାଷଣ ଛଳରେ ସୁଶାନ୍ତଙ୍କୁ ପ୍ରଶଂସା କରିବା ସହ ସେ ହିଁ ବେଷ୍ଟ ବୋଲି କହିଥିଲେ। ଉତ୍ତର ଭୁବନେଶ୍ୱରରେ ଗତ ୫ ବର୍ଷ ଧରି ସୁଶାନ୍ତ କାମ କରିଛନ୍ତି। ସେ ହିଁ ବେଷ୍ଟ, ଏକଥା ସେ ପାଣ୍ଡିଆନକୁ ବି କହିଛନ୍ତି। ଏଥର ସୁଶାନ୍ତ ହିଁ ଜିତିବେ ବୋଲି ଦୃଢ଼ୋକ୍ତି ସହ କହିଥିଲେ। ଖାଲି ଏତିକି ନୁହେଁ, ନିଜ ପୁଅ ମନ୍ମଥଙ୍କୁ ବିଜେଡିରୁ ଅଫର୍‌ ଦିଆଯାଇଛି। ଜଗନ୍ନାଥ ବଡ଼ ସୁଯୋଗ ଦେଇଛନ୍ତି, ମାଡ଼ି ଚାଲ ବୋଲି ମନ୍ମଥଙ୍କୁ କହିଥିଲେ। ତାଙ୍କ ପୁଅ ଓ ସୁଶାନ୍ତ ରାଉତଙ୍କୁ ଡବଲ ଶଙ୍ଖ ଚିହ୍ନରେ ଭୋଟ୍‌ ଦେବାକୁ କହିଥିବା ଭିଡିଓ ଭାଇରାଲ ହେଉଛି। ସୁରଙ୍କ ଏଭଳି ଭିଡିଓକୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ସେ ଯିଏ ହୁଅନ୍ତୁନା କାହିଁକି ଦଳର ଶୃଙ୍ଖଳା ଭଙ୍ଗ କଲେ କାର୍ଯ୍ୟାନୁଷ୍ଠାନ ହେବ। ବିଜେଡି ପାଇଁ ଭୋଟ୍‌ ମାଗିବାର ଏହି ଭିଡିଓକୁ ସୁର ଅସ୍ବୀକାର କରିଛନ୍ତି। ସେ କହିଛନ୍ତି ଦଳ ନୁହେଁ, ଖେଳ ମିଟିଂକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?