କ୍ଷମା ମାଗିଲେ ସୁର ରାଉତରାୟ, କହୁ କହୁ କହି ଦେଇଥିଲେ ଏମିତି…

ଭୁବନେଶ୍ୱର,୩୦।୭: ସ୍ବାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ପ୍ରତି ବରିଷ୍ଠ ନେତା ସୁରେଶ କୁମାର ରାଉତରାୟ ଦେଇଥିବା ଅପମାନଜନକ ମନ୍ତବ୍ୟକୁ ନେଇ ବିଭିନ୍ନ ଆଡୁ ସମାଲୋଚନା କରାଯାଉଛି। ତାଙ୍କୁ ଅସମ୍ମାନ କରିବା ପ୍ରତିବାଦରେ ବରଗଡ଼ର ଘେଁସରେ ଗତକାଲି ୬ ଘଣ୍ଟା ବନ୍ଦ ରହିଥିଲା। ସୋମବାର ସକାଳ ୬ରୁ ଦିନ ୧୨ଟା ଯାଏ ଦୋକାନ ବଜାର, ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଆଉ ଶେଷରେ ନିଜ ମନ୍ତବ୍ୟ ପାଇଁ ଭୁଲ ମାଗିଛନ୍ତି କଂଗ୍ରେସର ପୂର୍ବତନ ବିଧାୟକ ସୁରେଶ ରାଉତରାୟ।

ସୁରଙ୍କ ଏହି ମନ୍ତବ୍ୟକୁ ନେଇ ଭାଜପା ଏହାର ତୀବ୍ର ପ୍ରତିବାଦ କରିଛି। ଏପରିକି ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ସୋମବାର ସୁରଙ୍କ ନାମରେ କ୍ୟାପିଟାଲ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଭାଜପା ଯୁବ ମୋର୍ଚ୍ଚାର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ସ୍ବୟଂ ସେବକ ରାୟଙ୍କ ନେତୃତ୍ୱରେ କାର୍ଯ୍ୟକର୍ତ୍ତାମାନେ ଥାନାରେ ଲିଖିତ ଅଭିଯୋଗ କରିବା ସହ ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସୁରଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି।

୧୮୫୭ର ମହାନ ବିପ୍ଲବୀ ମାଧୋ ସିଂହ। ଘେଁସ ଜମିଦାରୀର ଆଦିବାସୀ ବିଂଝାଲ ଜମିବାର ମାଧୋ ସିଂହ। ଇଂରେଜଙ୍କ ବିରୋଧରେ ମାଧୋ ସିଂହଙ୍କ ପୂରା ପରିବାର ସଂଘର୍ଷ କରିଥିଲେ । ଶକ୍ତିଶାଳୀ ଗରିଲା ବାହିନୀ ଗଠନ କରି ଇଂରେଜ ବିରୋଧରେ ସେ ଲଢିଥିଲେ । ସମ୍ବଲପୁର ବିଦ୍ରୋହ ନିମନ୍ତେ ପ୍ରସ୍ତୁତ ରଣନୀତିର ସେ ମୁଖ୍ୟ ଅଂଶୀଦାର ଥିଲେ। ଦେଶ ସ୍ବାଧୀନ ପାଇଁ ମେଧୋ ସିଂହଙ୍କ ପରିବାର ନିଜକୁ ଉତ୍ସର୍ଗ କରି ଦେଇଥିଲେ । ଶେଷରେ ଗିରଫ ମାଧୋ ସିଂହଙ୍କୁ ୧୮୫୮ ମସିହା ଡିସେମ୍ବର ୩୧ ତାରିଖରେ ଫାଶୀ ଖୁଣ୍ଟରେ ଝୁଲାଇ ଦେଇଥିଲେ ଇଂରେଜ ସରକାର ।

ସୂଚନାଥାଉ କି, ଆଦିବାସୀ, ଦଳିତ ଓ ପଛୁଆ ବର୍ଗର ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ହାତଖର୍ଚ୍ଚ ମିଳିବ । ଏଥିପାଇଁ ‘ମାଧୋ ସିଂ ହାତଖର୍ଚ୍ଚ’ ଯୋଜନା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏହି ଯୋଜନା ବାବଦ ୧୫୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି।

ତେବେ ତାଙ୍କୁ ନେଇ ଅପମାନଜନକ ଟିପ୍ପଣୀ ଦେଇଥିଲେ ସୁର ରାଉତରାୟ। ଯାହା ପରେ ବିରୋଧ କରାଯିବାରୁ ସେ କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ତାଙ୍କୁ ଜାଣିନଥିଲି, ଭୁଲରେ କହି ଦେଇଛି।

ସୂଚନାଥାଉ କି, ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ଚିନ୍ତିତ ମୋହନ ସରକାର ଏକ ଯୋଜନା ଆଣିଛନ୍ତି। ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ। ଚଳିତ ବଜେଟରେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ଏହି ଯୋଜନାରେ ଜନଜାତି ଛାତ୍ରୀଛାତ୍ର ଉପକୃତ ହେବେ ଏବଂ ଆଗ୍ରହରେ ସ୍କୁଲ ପିଲା ଯିବେ। ତେବେ ଏହା କେବେଠୁ ମିଳିବ ସେନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri