ଆଉ ବିଧାନସଭାକୁ ବିଧାୟକ ଭାବେ ଆସିବେନି ସୁରେଶ ରାଉତରାୟ

ଭୁବନେଶ୍ୱର,୯/୨: ଆଉ ବିଧାନସଭାକୁ ଆସିବେନି ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ। ପୂର୍ବରୁ ସେ ଆଉ ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଥିଲେ। ତେବେ ତାଙ୍କର ଦୁଇ ପୁଅ, ଜଣେ ଜଟଣୀ ଓ ଆଉଜଣେ ନିମାପଡାରୁ ନିର୍ବାଚନ ଲଢ଼ିବେ ବୋଲି ମଧ୍ୟ ସେ ଘୋଷଣା କରିଛନ୍ତି।

ଶୁକ୍ରବାର ବିଧାନସଭା ବଜେଟ ଅଧିବେଶନର ଶେଷ ଦିନ। ବିଧାନସଭାକୁ ବିଧାୟକ ଭାବେ ଶେଷଥର ଆସୁଥିଲା ବେଳେ ସୁର ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଥିଲେ। ସେହିପରି ବିଧାନସଭାରୁ ବାହାରିବା ସମୟରେ ଭାବବିହ୍ୱଳ ମୁଣ୍ଡିଆ ମାରିଥିଲେ କହିଥିଲେ ଆଉ ଆସିବିନି। ତେବେ ଲୋକଙ୍କ ପାଇଁ କାମ କରୁଥିଲି ଆଗକୁ ମଧ୍ୟ ଏହା ଜାରି ରହିବ।

ଏହି ଅବସରରେ ସୁର କହିଛନ୍ତି ୧୯୭୭ ମସିହାରେ ପ୍ରଥମଥର ବିଧାୟକ ହୋଇ ଆସିବା ପରେ ଜଟଣୀ ଲୋକଙ୍କ ସବୁ ସମୟରେ ପାଇଁ ସ୍ୱର ଉଠାଇ ଆସିଛି । ଅଞ୍ଚଳର ଲୋକଙ୍କ କାମ କରିବାକୁ ବହୁତ ସହଯୋଗ ମିଳିଛି । ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ କଂଗ୍ରେସରେ ରହିବି। ତେବେ ଆଗକୁ ବିଧାନସଭାକୁ ଆସିବିନି ଏଥିପାଇଁ ଦୁଃଖ ଲାଗୁଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri