କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ସୁର, କହିଲେ କାର୍ଯ୍ୟାନୁଷ୍ଠାନ ହେଲେ ଖାତିର ନାହିଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କଂଗ୍ରେସ ନେତା ସୁରେଶ ରାଉତରାୟ କାରଣ ଦର୍ଶାଅ ନୋଟିସର ଜବାବ ଦେଇଛନ୍ତି। ସେ କଂଗ୍ରେସ ଭବନକୁ ଆସି ଲିଖିତ ଭାବେ ଉତ୍ତର ଦାଖଲ କରିଛନ୍ତି। ପୁଣି ଥରେ ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନାଙ୍କ ସେହି କଥାକୁ କହଛନ୍ତି। ସୁର କହିଲେ, ଏ ଦୁହେଁ ବି ପିସିସି ସଭାପତି ନେଇ ନବୀନଙ୍କ କଥା କହିଥିଲେ। ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଲାନି।
ସେ ଆହୁରି ମଧ୍ୟ କହିଛନ୍ତି, ଆମେ ଦିନକୁ ୧୮ ଘଣ୍ଟା କାମ କରୁଛୁ । ତାରା, ସାଲୁଜା ବହୁ ବିଶୃଙ୍ଖଳିତ ମନ୍ତବ୍ୟ ଦେଇଛନ୍ତି, ସେମାନଙ୍କ ପାଇଁ ଶୃଙ୍ଖଳା କମିଟି ନାହିଁ ବୋଲି ପ୍ରଶ୍ନ କରିଛନ୍ତି । ମୋ ଉପରେ କାର୍ଯ୍ୟାନୁଷ୍ଠାନ ହେଲେ ଖାତିର ନାହିଁ ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ, ବରିଷ୍ଠ କଂଗ୍ରେସ ନେତ ରାଉତରାୟଙ୍କୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନୋଟିସ ଜାରି କରିଥିଲେ । ଦଳର ଆଭ୍ୟନ୍ତରୀଣ ବ୍ୟାପାରକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ସୁରଙ୍କୁ ଜବାବ ତଲବ କରିଥିଲେ। ନିକଟରେ ସୁର ପିସିସି ସଭାପତି ନିଷ୍ପତ୍ତି ନବୀନ ନିଅନ୍ତି ବୋଲି ଗଣମାଧ୍ୟମ ଆଗରେ କହିଥିଲେ । ନିରଞ୍ଜନଙ୍କ ନୋଟିସ ପରେ ସୁର ବୁଧବାର ଏହାର ଲିଖିତ ଜବାବ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri