କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ସୁର, କହିଲେ କାର୍ଯ୍ୟାନୁଷ୍ଠାନ ହେଲେ ଖାତିର ନାହିଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କଂଗ୍ରେସ ନେତା ସୁରେଶ ରାଉତରାୟ କାରଣ ଦର୍ଶାଅ ନୋଟିସର ଜବାବ ଦେଇଛନ୍ତି। ସେ କଂଗ୍ରେସ ଭବନକୁ ଆସି ଲିଖିତ ଭାବେ ଉତ୍ତର ଦାଖଲ କରିଛନ୍ତି। ପୁଣି ଥରେ ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନାଙ୍କ ସେହି କଥାକୁ କହଛନ୍ତି। ସୁର କହିଲେ, ଏ ଦୁହେଁ ବି ପିସିସି ସଭାପତି ନେଇ ନବୀନଙ୍କ କଥା କହିଥିଲେ। ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଲାନି।
ସେ ଆହୁରି ମଧ୍ୟ କହିଛନ୍ତି, ଆମେ ଦିନକୁ ୧୮ ଘଣ୍ଟା କାମ କରୁଛୁ । ତାରା, ସାଲୁଜା ବହୁ ବିଶୃଙ୍ଖଳିତ ମନ୍ତବ୍ୟ ଦେଇଛନ୍ତି, ସେମାନଙ୍କ ପାଇଁ ଶୃଙ୍ଖଳା କମିଟି ନାହିଁ ବୋଲି ପ୍ରଶ୍ନ କରିଛନ୍ତି । ମୋ ଉପରେ କାର୍ଯ୍ୟାନୁଷ୍ଠାନ ହେଲେ ଖାତିର ନାହିଁ ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ, ବରିଷ୍ଠ କଂଗ୍ରେସ ନେତ ରାଉତରାୟଙ୍କୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନୋଟିସ ଜାରି କରିଥିଲେ । ଦଳର ଆଭ୍ୟନ୍ତରୀଣ ବ୍ୟାପାରକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ସୁରଙ୍କୁ ଜବାବ ତଲବ କରିଥିଲେ। ନିକଟରେ ସୁର ପିସିସି ସଭାପତି ନିଷ୍ପତ୍ତି ନବୀନ ନିଅନ୍ତି ବୋଲି ଗଣମାଧ୍ୟମ ଆଗରେ କହିଥିଲେ । ନିରଞ୍ଜନଙ୍କ ନୋଟିସ ପରେ ସୁର ବୁଧବାର ଏହାର ଲିଖିତ ଜବାବ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri