ବଜାପଲ୍ଲୀରେ ଶିଶୁ ମହୋତ୍ସବ ‘ସୁରଭି’: କୋମଳମତି ଶିଶୁଙ୍କ ନୃତ୍ୟ କଳାରେ ମନ୍ତ୍ରମୁଗ୍ଧ ହେଲେ ଦର୍ଶକ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଅଧୀନ ବଜାପଲ୍ଲୀ ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଦିନ ଗୋକର୍ଣ୍ଣପୁର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି।

ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ (BEO) ଭୋପେନ କୁମାର ମହାନ୍ତଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲା ଶିକ୍ଷାଧିକାରୀ (ADEO) ବସନ୍ତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତିର ଜିଲା  ସଭାପତି ହରପ୍ରସାଦ ରଥ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ABEO ବାଳା ମାଝୀ, ବରିଷ୍ଠ ଶିକ୍ଷକ ପ୍ରଦୀପ କୁମାର ମହାପାତ୍ର, ବିଜୟ କୁମାର ଗୌଡ଼, ବିଚିତ୍ର ବର୍ଣ୍ଣାଳି ନାଟ୍ୟ ସଂସଦ ସମ୍ପାଦକ ଆଲୋକ ବିଷୋୟୀ, ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ଏବଂ ପ୍ରଧାନଶିକ୍ଷୟିତ୍ରୀ ମମତା ଦେବୀ ପ୍ରମୁଖ ଉପସ୍ଥିତ ଥିଲେ।

ଗୋକର୍ଣ୍ଣପୁର କ୍ଲଷ୍ଟର ସିଆରସିସି (CRCC) ସରିତା ନନ୍ଦଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ମହୋତ୍ସବକୁ NPS ଶିକ୍ଷକ ସଂଘ ବ୍ଲକ ସଭାପତି ରାଜେନ୍ଦ୍ର ଗୌଡ଼ ମଞ୍ଚ ପରିଚାଳନା କରିଥିଲେ। ଏହି ପ୍ରତିଯୋଗିତାରେ କ୍ଲଷ୍ଟର ଅଧୀନସ୍ଥ ୧୦ଟି ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରି ବିଭିନ୍ନ ନୃତ୍ୟ, କଳା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ।

ଅପରାହ୍ନରେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଏହି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ସଫଳ କରିବାରେ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି (SMC) ସଭାପତି ଏବଂ ବଜାପଲ୍ଲୀ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ପୂର୍ଣ୍ଣ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା; ପୋଲିସର ଅତର୍କିତ ଚଢ଼ାଉରେ ୬ ଜଣ ଗିରଫ; ଟଙ୍କା-ମୋବାଇଲ ସହ…

ପାରଳାଖେମୁଣ୍ଡି,୧୩।୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଜୁଆ ଆଡ୍ଡା ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହ୍ଲାଦ ସହାୟ ମୀନାଙ୍କ ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡି ଆଦର୍ଶ…

ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍‌ଚୁପ୍‌ରେ କମ୍ପିଲା କଲେଜ କ୍ୟାମ୍ପସ୍…

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ…

ବୈତରଣୀ ନଦୀରୁ ନାବାଳକଙ୍କ ଗଳିତ ମୃତଦେହ ଜବତ, ପରିଚୟ ଖୋଜୁଛି ତୁରୁମୁଙ୍ଗା ପୋଲିସ

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଜୁମେଇଁ ଗ୍ରାମ ନିକଟ ବୈତରଣୀ ନଦୀର ସିନ୍ଦୁରିଗୌରୀ ଘାଟରୁ ମଙ୍ଗଳବାର ଦିନ ଜଣେ…

ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ

ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?