ସୁଶୀଲ ସାହୁ, ସିଦ୍ଧି ସମୃଦ୍ଧିଙ୍କୁ ସୁରଜ ପୁରସ୍କାର

ଭୁବନେଶ୍ୱର/ଛତ୍ରପୁର, ୧୪ ।୮(ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳ ଆଲାଡ଼ି ଗ୍ରାମର ସ୍ବର୍ଗତ ସୁଶୀଲ ସାହୁ ଓ ଗୋପାଳପୁରସ୍ଥିତ କନିଷି ବ୍ଲକ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ମରଣୋତ୍ତର ଭାବେ ‘ସୁରଜ ପୁରସ୍କାର’ ପ୍ରଦାନ କରିଛନ୍ତି।
ଭିଡିଓ କନ୍‌ଫରେନ୍ସ ଜରିଆରେ ଆୟୋଜିତ କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୁଶୀଲଙ୍କ ପତ୍ନୀ ପିଙ୍କି ସାହୁ ଓ ସିଦ୍ଧିଙ୍କ ପିତା ସପନ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି।
ହୃଦୟ, କିଡ୍‌ନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ୨୦୨୦ଠାରୁ ଏହି ପୁରସ୍କାର ଦିଆଯାଉଛି। ୨୦୨୦ରେ ଗଞ୍ଜାମର ମସ୍ତିଷ୍କ ମୃତ ସୁରଜ ବେହେରାଙ୍କ ମାତାପିତା ତାଙ୍କର ୬ଟି ଗୁରୁତ୍ୱପୂର୍ଣ୍ଣ ଅଙ୍ଗଦାନ କରି ୬ଟି ଜୀବନ ରକ୍ଷା କରିଥିବାରୁ ମୁଖ୍ୟମନ୍ତ୍ରୀ ସେହି ବର୍ଷ ତାଙ୍କ ନାମରେ ‘ସୁରଜ ପୁରସ୍କାର’ ଆରମ୍ଭ କରିଥିଲେ। ଉଭୟ ସୁଶୀଲ ଓ ସିଦ୍ଧିଙ୍କ ମାତାପିତାଙ୍କ ନିକଟରେ ସମାଜ ଋଣୀ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ସମାଜ ଉପରେ ବହୁ ଭଲ ପ୍ରଭାବ ପଡୁଛି। ଏହିପରି ଭଲ କାମ କରି ଏକ ସୁନ୍ଦର ସମାଜ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ଅଙ୍ଗଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରିପାରୁଛି। ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ। ଅଙ୍ଗଦାନ ଏକ ସାହସିକ ନିଷ୍ପତ୍ତି। ଅଙ୍ଗଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବାଚସ୍ପତି ଆରୁଖ ଓ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୁଶୀଲ ଓ ସିଦ୍ଧିଙ୍କ ପରିବାରର ତ୍ୟାଗକୁ ଉଚ୍ଚ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଏନ୍‌ଏଚ୍‌ଏମ୍‌ର ନିର୍ଦ୍ଦେଶକ ସ୍ବାଗତ ଭାଷଣ ଦେଇଥିଲେ ଓ ଡିଏମ୍‌ଇଟି ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସେହିପରି ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସ୍ବାନ ହଲ୍‌ରେ ଏହି କାର୍ଯ୍ୟକ୍ରମ ବେଳେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଅତିରିକ୍ତ ଜିଲାପାଳ (ରାଜସ୍ବ) ପ୍ରିୟରଞ୍ଜନ ପୃଷ୍ଟି, ଜିଲା ଜରୁରିକାଳୀନ ଅଧିକାରୀ ସୁକାନ୍ତ ମିଶ୍ର ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri