ସୁରଜ ହତ୍ୟା ମାମଲାର ପର୍ଦ୍ଦାଫାଶ: ୪ ଗିରଫ

ବରଗଡ଼,୧୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର ବିଳମ୍ବିତ ରାତିରେ ସଂଘଟିତ ସୁରଜ ଦାଶ ହତ୍ୟା ମାମଲାର ରବିବାର ପର୍ଦ୍ଦାଫାଶ କରିଛି ବରଗଡ଼ ଟାଉନ ଥାନା ପୋଲିସ। ଏହି ମାମଲାରେ ପୋଲିସ ୪ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ ନଂ ୧୬ ବ୍ରହ୍ମଚାରୀର ଆକାଶ ପାଇକ(୨୧), ତାଙ୍କ ଭାଇ ବଣ୍ଟି ପାଇକ(୨୧), ଓ୍ବାର୍ଡ ନଂ-୧୧ ନୂଆପଡ଼ାର କାଜୁ ଭୋଇ(୨୧) ଏବଂ ଓ୍ବାର୍ଡ ନଂ-୫ ବିଶିପଡ଼ାର ତରୁଣ ବାରିକ(୨୬)। ସେମାନଙ୍କ ପାଖରୁ ହତ୍ୟାକାଣ୍ଡରେ ବ୍ୟବହୃତ ପଥର, ଠେଙ୍ଗା, ଗାମୁଛା, ଗୋଟିଏ ମୋବାଇଲ ଏବଂ ଗୋଟିଏ ବାଇକ୍‌ ଜବତ ହୋଇଛି। ପୋଲିସ ସେମାନଙ୍କ ବିରୋଧରେ ବରଗଡ଼ ଟାଉନ ଥାନାରେ ବିଭିନ୍ନ ଦଫାରେ କେସ୍‌ ନଂ ୪୬୭/୨୩ରେ ଏକ ମାମଲା ରୁଜୁ କରିଛି। ରବିବାର ବରଗଡ଼ ଟାଉନ ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ତପନ କୁମାର ମହାନ୍ତି ସୂଚନା ଦେଇ କହିଥିଲେ, ଶନିବାର ଗାନ୍ଧିଛକ ନିକଟ ଫରେଷ୍ଟ ଅଫିସ ସମ୍ମୁଖ ତଥା ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟ ଗଳିରାସ୍ତାରେ ସୁରଜଙ୍କ ମୃତଦେହ ପଡ଼ିଥିଲା। ମୃତକଙ୍କ ବଡ଼ଭାଇ ଶଙ୍କର ଏନେଇ ଏତଲା ଦେବା ପରେ ପୋଲିସ ଏକ ହତ୍ୟା ମାମଲା ରୁଜୁ ସହିତ ଘଟଣାସ୍ଥଳର ଆଖପାଖରେ ରହିଥିବା ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ ଚଲାଇ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଛି। ପୂର୍ବ ଶତ୍ରୁତା ଏବଂ ଅବୈଧ ସମ୍ପର୍କକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଭିଆଇଥିବା ଅଭିଯୁକ୍ତମାନେ ବୟାନ ଦେଉଥିବା ବେଳେ ସେ ନେଇ ଅଧିକ ତଦନ୍ତ ଚାଲିଥିବା ଅତିରିକ୍ତ ଏସ୍‌ପି କହିଛନ୍ତି। ସେହିପରି ପୋଲିସକୁ ଭ୍ରମରେ ପକାଇବା ପାଇଁ ଅଭିଯୁକ୍ତମାନେ ସୁରଜଙ୍କୁ ଅନ୍ୟତ୍ର ହତ୍ୟା ପରେ ମୃତଦେହକୁ ସେଠାରେ ପକାଇ ଦେଇ ଚାଲି ଯାଇଥିବା ସ୍ବୀକାର କରିଛନ୍ତି ବୋଲି ଅତିରିକ୍ତ ଏସ୍‌ପି ସୂଚନା ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ବରଗଡ଼ ଟାଉନ ଥାନା ଆଇଆଇସି ସତ୍ୟଜିତ୍‌ କାଣ୍ଡନକେଲ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?