ସୁରମା ମନ୍ତ୍ରୀ ହେବେ ନା ବାଚସ୍ପତି? ଗଲା ଫୋନ୍‌ କଲ୍‌

ଭୁବନେଶ୍ୱର,୧୨ା୬: ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଶପଥ ନେବେ। ମୋହନ ଶପଥ ନେବା ସହ ତାଙ୍କ ମନ୍ତ୍ରିମଣ୍ଡଳରେ ଆଉ କେଉଁ ମନ୍ତ୍ରୀ ସାମିଲ ହେବେ ସେନେଇ ଏବେଠୁ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଶପଥ ନେବା ପୂର୍ବରୁ ସମ୍ଭାବ୍ୟ ମନ୍ତ୍ରୀପଦ ପାଇଁ ନବ ନିର୍ବାଚିତ ବିଧାୟକଙ୍କ ନିକଟକୁ ଗୋଟେ ପରେ ଗୋଟେ ଫୋନ୍‌ କଲ୍‌ ଯାଉଛି। ଏହି କ୍ରମରେ ଭାଜପାର ରଣପୁର ବିଧାୟିକା ସୁରମା ପାଢ଼ୀଙ୍କ ନିକଟକୁ ଫୋନ୍‌ କଲ୍‌ ଯାଇଥିବା ସୂଚନା ମିଳିଛି। ଯଦିଓ ସୁରମାଙ୍କ ନିକଟକୁ ଫୋନ୍‌ ଯାଇଛି ତେବେ ସୁରମା ମନ୍ତ୍ରୀ ହେବେ ନା ବାଚସ୍ପତି ସେନେଇ କିଛି ସ୍ପଷ୍ଟ ହୋଇପାରିନାହିଁ।

ସେହିପରି ଚିଲିକା ବିଧାୟକ ପୃଥ୍ବୀରାଜ ହରିଚନ୍ଦନ, ଧାମନଗର ବିଧାୟକ ସୂରଜ ସୂର୍ଯ୍ୟବଂଶୀ, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଗୋପାଳପୁର ବିଧାୟକ ବିଭୂତି ଜେନା, ପାରାଦୀପ ବିଧାୟକ ସମ୍ପଦ ସ୍ବାଇଁ, ସୁକିନ୍ଦା ବିଧାୟକ ପ୍ରଦୀପ ବଳସାମନ୍ତ, ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ, ମୋରଡ଼ା ବିଧାୟକ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନିକଟକୁ ମଧ୍ୟ ଫୋନ୍‌ କଲ୍‌ ଯାଇଥିବା ଜଣାପଡ଼ିଛି। ଆଉ କିଛି ସମୟ ପରେ କିଏ ମନ୍ତ୍ରୀ ହେବେ ତାହା ସ୍ପଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଅପ୍‌ଡେଟ୍‌: ଏକାବେଳକେ ମିଳିବ ୧୫ ହଜାର

ଭୁବନେଶ୍ୱର,୧୬।୩: ‘ସୁଭଦ୍ରା’ ହିତାଧୀକାରୀଙ୍କ ପାଇଁ ବଡ଼ ଖବର । ମହିଳାଙ୍କୁ ମିଳିବ ୧୫ ହଜାର ଟଙ୍କା । ତୃତୀୟ କିସ୍ତି ପାଇବେ ହିତାଧିକାରୀ । ଦୁଇଟି...

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି  ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri